କନକବ୍ୟୁରୋ : ମହାପ୍ରଭୁଙ୍କ ଅଧରାମୃତ ପାନ କରିବେ ରଥ ପାର୍ଶ୍ବ ଦେବାଦେବୀ ଓ ଚଣ୍ଡୀ ଚାମୁଣ୍ଡା । ଦ୍ବାଦଶୀ ତିଥିରେ ଶ୍ରୀବିଗ୍ରହଙ୍କ ଅଧର ଛୁଉଁଥିବା ତୁମ୍ଭାକାର ମାଟିହାଣ୍ଡିରେ ପଣା ଭୋଗ ପରେ ଅଶରୀରୀଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ ହେବ । ମହାପ୍ରଭୁଙ୍କ ଅଧର ସ୍ପର୍ଶ କରୁଥିବାରୁ ଏହି ପଣାକୁ ଭକ୍ତମାନେ ମଧ୍ୟ ପ୍ରସାଦ ଭାବେ ପାଇଥାଆନ୍ତି । ରଥାରୂଢ଼ ଶ୍ରୀବିଗ୍ରମାନଙ୍କ ଅଧର ପର୍ଯ୍ୟନ୍ତ ହାଣ୍ଡିରେ ପଣା ଭର୍ତ୍ତି ହେଉଥିବାରୁ ଏହାକୁ ଅଧରପଣା କୁହାଯାଏ ବୋଲି ଗବେଷକମାନେ ମତ ଦିଅନ୍ତି । ପ୍ରତିରଥରେ ତିନିଟି କରି ୯ଟି ହାଣ୍ଡି ଭୋଗ ହୁଏ । ପାଳିଆ ପୂଜାପଣ୍ଡା ପଞ୍ଚୋପଚାରରେ ପୂଜା କରିଥାଆନ୍ତି । ମହାପ୍ରଭୁଙ୍କ ଅଧର ସ୍ପର୍ଶ ପଣା ହାଣ୍ଡି ଭୋଗ ହେବା ପରେ ଭଙ୍ଗାଯିବାର ପରମ୍ପରା ଅନନ୍ୟ। ଜନଶ୍ରୁତି ଅନୁଯାୟୀ ରଥ ଉପରେ ଠାକୁରମାନଙ୍କ ଉଦ୍ଦେଶ୍ୟରେ ଅଧର ପଣା ଭୋଗ ହୋଇ ରଥର ପାର୍ଶ୍ବ ଦେବଦେବୀ ଓ ଅନ୍ୟ ଚଣ୍ଡୀ ଚାମୁଣ୍ଡାଙ୍କ ପାଇଁ ଅଧର ହାଣ୍ଡି ଭଙ୍ଗା ଯାଇଥାଏ।
ଆଜି ମହାପ୍ରଭୁଙ୍କ ଅଧରପଣା ନୀତି : ଅଶରୀରଙ୍କ ଉଦ୍ଧାର ପାଇଁ ଭଙ୍ଗାଯିବ ଅଧର ହାଣ୍ତି
ମହାପ୍ରଭୁଙ୍କ ଅଧରାମୃତ ପାନ କରିବେ ରଥ ପାର୍ଶ୍ବ ଦେବାଦେବୀ ଓ ଚଣ୍ଡୀ ଚାମୁଣ୍ଡା । ଦ୍ବାଦଶୀ ତିଥିରେ ଶ୍ରୀବିଗ୍ରହଙ୍କ ଅଧର ଛୁଉଁଥିବା ତୁମ୍ଭାକାର ମାଟିହାଣ୍ଡିରେ ପଣା ଭୋଗ ପରେ ଅଶରୀରୀଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ ହେବ ।
/kanak/media/media_files/2025/07/07/adahrpana-2025-07-07-08-50-16.jpg)
Advertisment
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/12/17/2025-12-17t081934795z-rashu-2025-12-17-13-49-35.jpg)