କନକ ବ୍ୟୁରୋ : ବିଜେପିରେ ଯୋଗ ଦେଲେ ବରିର ପୂର୍ବତନ ବିଧାୟିକା ସୁନନ୍ଦା ଦାସ । ତାଙ୍କ ସହ ଏକାଧିକ ସରପଞ୍ଚ ଓ ସମିତି ସଭ୍ୟ ବିଜେପିରେ ସାମିଲ ହୋଇଛନ୍ତି । ଜଗତସିଂହପୁର, ଭଦ୍ରକ, ନୟାଗଡ, କଟକ ଓ ଯାଜପୁର ଜିଲ୍ଲାର ବ୍ଲକ ଓ ପଞ୍ଚାୟତ ସ୍ତରର ନେତା ବିଜେପିରେ ସାମିଲ ହୋଇଛନ୍ତି । ସେହିପରି କଟକ ଅର୍ବାନ ବ୍ୟାଙ୍କ ନିର୍ଦେଶକ ଧର୍ମେଷ ନାୟକ ଓ ତାଙ୍କ ସମର୍ଥକ ମଧ୍ୟ ବିଜେପିରେ ସାମିଲ ହୋଇଛନ୍ତି ।
ଭଦ୍ରକ ବାସୁଦେବପୁରର ବିଜେଡି ଯୁବ ସଭାପତି ତଥା ବିଧାୟକଙ୍କ ପ୍ରତିନିଧି ଅସିତ ଦାସଙ୍କ ସମେତ ଏକାଧିକ ବିଜେଡି କର୍ମୀ ବିଜେପିରେ ସାମିଲ ହୋଇଛନ୍ତି । ନିର୍ବାଚନ ବେଳେ ଦଳ ଛାଡିଥିବା ସାନଖେମୁଣ୍ଡିର ଉତ୍ତମ ପାଣିଗ୍ରାହୀଙ୍କ ନେତୃତ୍ୱରେ ଅନେକ କର୍ମୀ ବିଜେପିରେ ସାମିଲ ହୋଇଛନ୍ତି । ନୟାଗଡ ଭାପୁରର ଯୁବ ନେତା ବିଭୁତି ପଟ୍ଟନାୟକ ତାଙ୍କ ଶହ ଶହ ସମର୍ଥକଙ୍କ ସହ ବିଜେପିରେ ସାମିଲ ହୋଇଛନ୍ତି ।