କନକବ୍ୟୁରୋ : ଆଜି ଓଡିଶା ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା । ଦିନ ୧୧ରେ ସେ ଭୁବନେଶ୍ବରରେ ପହଂଚିବେ। ଏହା ପରେ ଏଜି ଛକରେ ଥିବା ବାବା ସାହେବ ଡକ୍ଟର ଭୀମରାଓ ଆମ୍ବେଦକର ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବେ । ଏହା ପରେ ବୁଦ୍ଧିଜୀବୀ ସମ୍ମଳନୀରେ ଯୋଗଦେଇ ଦଳର ସଦସ୍ୟତା ଅଭିଯାନ ସମ୍ପର୍କରେ ଆଲୋଚନା କରିବେ ।
ଏଥିରେ ରାଜ୍ୟର ବିଭିନ୍ନ ଗୋଷ୍ଠୀ, ସଂଗଠନ ଓ ଅନୁଷ୍ଠାନର ପ୍ରତିନିଧିତ୍ବ କରୁଥିବା ବିଶିଷ୍ଟ ବ୍ୟକ୍ତି ଯୋଗଦେବେ । ମଧ୍ୟାହ୍ନରେ ବିଜେପି ରାଜ୍ୟ କାର୍ୟ୍ୟାଳୟରେ ମନ୍ତ୍ରୀ, ସାଂସଦ, ବିଧାୟକ ଓ ରାଜ୍ୟ ପଦାଧିକାରୀଙ୍କ ସହ ସଦସ୍ୟତା ଅଭିଯାନ ନେଇ ଆଲୋଚନା କରିବାର କାର୍ୟ୍ୟକ୍ରମ ରହିଛି। ବର୍ତମାନ ରାଜ୍ୟରେ ବିଜେପିର ସଦସ୍ୟତା ଅଭିଯାନ ଜାରି ରହିଛି ଏବଂ ଏକ କୋଟି ସଦସ୍ୟ ସଂଗ୍ରହ କରିବା ଲକ୍ଷ ରଖିଛି ରାଜ୍ୟ ବିଜେପି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/media_files/iLSOmglqAQPBP8zAjjQ7.jpg)