କନକ ବ୍ୟୁରୋ : ନାବାଳିକାକୁ ଅପହରଣ କରି ଦୁଷ୍କର୍ମ ଓ ହତ୍ୟା ଘଟଣାରେ ଦୀର୍ଘ ୯ ବର୍ଷ ପରେ ଅଭିଯୁକ୍ତକୁ ଆଜୀବନ କାରାଦଣ୍ଡ । ୨୦୧୬ ମସିହାର ଏକ ମାମଲାର ଶୁଣାଣି କରି ଅଭିଯୁକ୍ତକୁ ଆଜୀବନ ଦଣ୍ଡାଦେଶ ଶୁଣାଇଛନ୍ତି ଯାଜପୁର ସ୍ବତନ୍ତ୍ର ଫାଷ୍ଟଟ୍ରାକ୍ କୋର୍ଟ । ୨୦୧୬ ମସିହା ଯାଜପୁର ଜିଲ୍ଲା କୋରେଇ ଥାନା ଅଞ୍ଚଳର ୧୭ ବର୍ଷୀୟ ନାବାଳିକାକୁ ଅପହରଣ କରି ଦୁଷ୍କର୍ମ ଓ ପରେ ହତ୍ୟା କରିଥିଲା ଅଭିଯୁକ୍ତ ନବ କିଶୋର ମାଝୀ । ପ୍ରମାଣ ନଷ୍ଟ କରିବାକୁ ମୃତଦେହକୁ ଏକ ସ୍କୁଲର ପାଇଖାନା ସେଫ୍ଟି ଟ୍ୟାଙ୍କିରେ ପକାଇ ଦେଇଥିଲା ।
ବିଦ୍ୟାଳୟ କର୍ତ୍ତୃପକ୍ଷ ସେଫ୍ଟି ଟ୍ୟାଙ୍କି ନିକଟରେ ରକ୍ତ ଛିଟା ଦେଖି ପୁଲିସକୁ ଖବର ଦେଇଥିଲେ । ଏନେଇ ପୀଡ଼ିତାଙ୍କ ପରିବାର ପକ୍ଷରୁ ଥାନାରେ ଲିଖିତ ଅଭିଯୋଗ ହୋଇଥିଲା । ଅଭିଯୋଗକୁ ଭିତ୍ତି କରି ପୁଲିସ ବହୁ ଖୋଜାଖୋଜି ପରେ ଅଭିଯୁକ୍ତ ନବ କିଶୋରକୁ ଗିରଫ କରି କୋର୍ଟ ଚାଲାଣ କରିଥିଲା । ୪୦ ଜଣଙ୍କ ସାକ୍ଷ୍ୟ ପ୍ରମାଣକୁ ଗ୍ରହଣ କରି ଅଭିଯୁକ୍ତ ନବ କିଶୋରକୁ ଆଜୀବନ କାରାଦଣ୍ଡାଦେଶ ସହ ୧୦ ହଜାର ଟଙ୍କା ଜରିମାନା ଶୁଣାଇଛନ୍ତି । ଏଥି ସହିତ ଅନାଦେୟ ୬ ମାସ ଅଧିକ କାରାଦଣ୍ଡାଦେଶ ପାଇଁ ନିର୍ଦ୍ଦେଶ ଦେଇଛନ୍ତି ଆଡ଼ହକ ପୋକ୍ସୋ ବିଚାରପତି ବିଜୟ କୁମାର ଜେନା ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/02/11/2025-02-11t080152817z.jpg)
/kanak/media/media_files/2025/05/24/W1H4Q8Z3NRYwgLFYZ2f9.jpg)