କେନ୍ଦ୍ରାପଡ଼ା ବାଲିସାହିପାଟଣାରେ ଚାଞ୍ଚଲ୍ୟ । ଯୌତୁକ ପାଇଁ ୯ ମାସର ଗର୍ଭବତୀଙ୍କୁ ହତ୍ୟା ଅଭିଯୋଗ

ପୁଣି ଯୌତୁକ ପାଇଁ ହତ୍ୟା ଅଭିଯୋଗ । ୯ ମାସର ଗର୍ଭବତୀ ନବବଧୂକୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି ।

daoury

Photograph: (kanakNews)

କନକ ବ୍ୟୁରୋ : ପୁଣି ଯୌତୁକ ପାଇଁ ହତ୍ୟା ଅଭିଯୋଗ । ୯ ମାସର ଗର୍ଭବତୀ ନବବଧୂକୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି । କେନ୍ଦ୍ରାପଡ଼ା ରାଜନଗର ଥାନା ବାଲିସାହିପାଟଣା ଗାଁରେ ଘଟିଛି ଏହି ଘଟଣା । ଆଳି ଥାନା ନଳପାହି ଗାଁର ଜୈରାମ ପରିଡାଙ୍କ ଝିଅ କଳ୍ପନା ପରିଡା ବାଲିସାହିପାଟଣା ଗାଁର ଦୀପକ ଦାସଙ୍କୁ ଗତବର୍ଷ ବିବାହ କରିଥିଲେ । ବର ଘର ଇଚ୍ଛା ମୁତାବକ ସମସ୍ତ ଜିନିଷ ଝିଅ ଘର ପକ୍ଷରୁ ଦିଆଯାଇଥିଲା ।  କିନ୍ତୁ ଶାଶୂଘର ଲୋକେ ବିବାହର କିଛିଦିନ ପରେ ଅଧିକ ଯୌତୁକ ଦାବି କରିବା ସହ ଝିଅକୁ ନିର୍ଯାତନା ଦେଉଥିବା ଅଭିଯୋଗ କରିଛନ୍ତି । 

ଝିଅ ୯ ମାସର ଗର୍ଭବତୀ ଥିବା ବେଳେ ଗତକାଲି ଝିଅକୁ ତାର ଶାଶୁଘର ଲୋକେ ହତ୍ୟା କରିଥିବା ପରିବାର ଲୋକେ ରାଜନଗର ଥାନାରେ ଅଭିଯୋଗ କରିଛନ୍ତି ।  ଅଭିଯୋଗ ପାଇବା ପରେ ରାଜନଗର ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଛାନଭିନ କରୁଥିବାବେଳେ କଳ୍ପନାଙ୍କ ଶାଶୁ ଘର ଲୋକେ ଫେରାର ହୋଇଯାଇଛନ୍ତି ।  

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe