କେନ୍ଦ୍ର ବଜେଟରେ ଚାଷୀଙ୍କ ପାଇଁ ବଡ଼ ଘୋଷଣା । ବଢିଲା କିସାନ୍ କ୍ରେଡିଟ୍ କାର୍ଡର ଲିମିଟ୍ । ଆରମ୍ଭ ହେବ ପ୍ରଧାନମନ୍ତ୍ରୀ ଧନଧାନ୍ୟ ଯୋଜନା ।

Advertisment

ବଜେଟରେ ଚାଷୀଙ୍କ ପାଇଁ ବଡ଼ ଘୋଷଣା । ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଆଜି ସଂସଦରେ ବଜେଟ୍ ଉପସ୍ଥାପନ କରି ଚାଷୀଙ୍କ ପାଇଁ ବଡ଼ ଘୋଷଣା କରିଛନ୍ତି। ପ୍ରଧାନମନ୍ତ୍ରୀ ଧନଧାନ୍ୟ ଯୋଜନାର ଘୋଷଣା କରିବା ସହିତ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ କିସାନ୍ କ୍ରେଡିଟ୍ କାର୍ଡର ଲିମିଟ୍ ମଧ୍ୟ କେନ୍ଦ୍ର ସରକାର ବୃଦ୍ଧି କରିଥିବା ନେଇ ଘୋଷଣା କରିଛନ୍ତି ।

ଚାଷୀଙ୍କ ପାଇଁ ବଡ଼ ଘୋଷଣା

ଚାଷୀଙ୍କ ପାଇଁ ବଡ଼ ଘୋଷଣା Photograph: (KanakNews )

କନକ ବ୍ୟୁରୋ: ବଜେଟରେ ଚାଷୀଙ୍କ ପାଇଁ ବଡ଼ ଘୋଷଣା । ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଆଜି ସଂସଦରେ ବଜେଟ୍ ଉପସ୍ଥାପନ କରି ଚାଷୀଙ୍କ ପାଇଁ ବଡ଼ ଘୋଷଣା କରିଛନ୍ତି। ପ୍ରଧାନମନ୍ତ୍ରୀ ଧନଧାନ୍ୟ ଯୋଜନାର ଘୋଷଣା କରିବା ସହିତ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ କିସାନ୍ କ୍ରେଡିଟ୍ କାର୍ଡର ଲିମିଟ୍ ମଧ୍ୟ କେନ୍ଦ୍ର ସରକାର ବୃଦ୍ଧି କରିଥିବା ନେଇ ଘୋଷଣା କରିଛନ୍ତି । ପୂର୍ବରୁ ଏହା ୩ ଲକ୍ଷ ଟଙ୍କା ରହିଥିବାବେଳେ, ଏବେ ଏହାକୁ ୫ ଲକ୍ଷ ଟଙ୍କାକୁ ବୃଦ୍ଧି କରାଯାଇଛି । ଅର୍ଥମନ୍ତ୍ରୀ ଆହୁରି ମଧ୍ୟ କହିଛନ୍ତି ଯେ, ଏହି ବଜେଟ୍ ବିକାଶକୁ ନୂଆ ଦିଗ ଦେବ । ସମସ୍ତଙ୍କ ବିକାଶ, ମଧ୍ୟବିତ୍ତଙ୍କ କ୍ଷମତା ବୃଦ୍ଧି କରିବାକୁ ଏହି ବଜେଟ୍ ସମର୍ପିତ । ଯୁବ ଚାଷୀ, ଗ୍ରାମୀଣ ମହିଳା ଏବଂ ଛୋଟ ଛୋଟ ଚାଷୀଙ୍କ ଉପରେ ଏହି ବଜେଟରେ ଫୋକସ୍ କରାଯାଇଛି । ତେବେ ପ୍ରଧାନମନ୍ତ୍ରୀ ଧନଧ୍ୟାନ ଯୋଜନାକୁ ରାଜ୍ୟ ସରକାରଙ୍କ ସହ ମିଶି ଚଲାଇବେ କେନ୍ଦ୍ର ସରକାର । ଯାହାର ଫାଇଦା ୧.୭ କୋଟି ଚାଷୀଙ୍କୁ ମିଳିପାରିବ । ପ୍ରଥମ ପର୍ୟ୍ୟାୟରେ ୧୦୦ଟି ବିକାଶଶୀଳ କୃଷି ଜିଲ୍ଲାକୁ ଏଥିରେ ସାମିଲ କରାଯିବ । 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe