କନକ ବ୍ୟୁରୋ : ରାଜ୍ୟସଭା ଆସନ ପାଇଁ ଆଜି ନାମାଙ୍କନ ଦାଖଲର ଶେଷ ଦିନ । ରାଜ୍ୟସଭା ଆସନ ପାଇଁ ନାଁ ଘୋଷଣା ସରିଥିବାରୁ ଓ ଆଜି ଶେଷ ଦିନ ହୋଇଥିବାରୁ ନାମାଙ୍କନ ଦାଖଲ କରିବେ ପ୍ରାର୍ଥୀ । ଏନେଇ ଦଳ ଓ ପ୍ରାର୍ଥୀଙ୍କ ପକ୍ଷରୁ ସ୍ପଷ୍ଟ କରାଯାଇଛି । ଓଡ଼ିଶାର ୪ ରାଜ୍ୟସଭା ଆସନ ପାଇଁ ଏଥର ୫ଜଣ ପ୍ରାର୍ଥୀ ନାମାଙ୍କନ ଭରିବେ । ରାଜ୍ୟସଭା ୪ ଆସନ ପାଇଁ ଉଭୟ ଶାସକ ଦଳ ଓ ବିରୋଧୀ ସେମାନଙ୍କ ପ୍ରାର୍ଥୀ ଘୋଷଣା କରିଛନ୍ତି । ଚତୁର୍ଥ ଆସନ ପାଇଁ ବି ଦୁଇ ଜଣଙ୍କ ନାଁ ସ୍ପଷ୍ଟ ହୋଇ ସାରିଛି ।
ବିଜେପିରୁ ମନମୋହନ ସାମଲ, ସୁଜିତ୍ କୁମାର ବିଜେଡିରୁ ସଂତୃପ୍ତ ମିଶ୍ର , କମନ କ୍ୟାଣ୍ଡିଡେଟ୍ ଦତ୍ତେଶ୍ବର ହୋତା ଓ ସ୍ବାଧୀନ ପ୍ରାର୍ଥୀ ଦିଲ୍ଳୀପ ରାୟ ନାମାଙ୍କନ ଦାଖଲ କରିବେ । ରାଜ୍ୟସଭା ଆସନ ପାଇଁ ନାଁ ଘୋଷଣା ସରିଛି କିନ୍ତୁ ଫେବ୍ରୁଆରୀ ୨୬ରୁ ବିଜ୍ଞପ୍ତି ପ୍ରକାଶ ପାଇଥିଲେ ବି ଏପର୍ୟ୍ୟନ୍ତ କେହି ନାମାଙ୍କନ ଦାଖଲ ନାହାନ୍ତି ।
ଅଧିକ ପଢନ୍ତୁ : ବିହାରରୁ ରାଜ୍ୟସଭା ପାଇଁ ନିତିନ ନବୀନ ହେଲେ ବିଜେପି ପ୍ରାର୍ଥୀ, ଆସାମ ସମେତ ୬ ରାଜ୍ୟର ୯ ପ୍ରାର୍ଥୀଙ୍କ ନାମ ଘୋଷଣା
ମାର୍ଚ୍ଚ ୫ତାରିଖ ନାମାଙ୍କନର ଶେଷ ଦିନ ହୋଇଥିବାରୁ କାଲି ସମସ୍ତେ ନାମାଙ୍କନ ଦାଖଲ କରିବେ । ଏନେଇ ଦଳ ଓ ପ୍ରାର୍ଥୀଙ୍କ ପକ୍ଷରୁ ସ୍ପଷ୍ଟ କରାଯାଇଛି । ମାର୍ଚ୍ଚ ୬ରେ ପ୍ରାର୍ଥୀପତ୍ରର ହେବ ଯାଞ୍ଚ । ମାର୍ଚ୍ଚ ୯ରେ ପ୍ରାର୍ଥୀପତ୍ର ପ୍ରତ୍ୟାହାରର ଶେଷ ତାରିଖ ରହିଛି । ୧୬ମାର୍ଚ୍ଚରେ ରାଜ୍ୟସଭା ଆସନ ପାଇଁ ପଡ଼ିବ ଭୋଟ୍ ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/media_files/2026/03/05/election-news-2026-03-05-07-25-51.jpg)