କନକବ୍ୟୁରୋ : ଶେଷ ଯାତ୍ରାରେ ବିଶିଷ୍ଟ ରାଜନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଡାକ୍ତର ଦେବେନ୍ଦ୍ର ପ୍ରଧାନଙ୍କ ପାର୍ଥିବ ଶରୀର । ପୁରୀରେ ପହଂଚିଛି ମରଶରୀର ଆଉ କିଛି ସମୟ ପରେ ସ୍ବର୍ଗଦ୍ବାରରେ ତାଙ୍କର ଶେଷକୃତ୍ୟ ହେବ ।  ଶୋଭାଯାତ୍ରାରେ ବରିଷ୍ଠ ନେତାଙ୍କ ସହ ରାଜ୍ୟ ସରକାରଙ୍କ ମନ୍ତ୍ରୀ, ବିଧାୟକ ସାମିଲ ହୋଇଛନ୍ତି  ।  ଗତକାଲି ସନ୍ଧ୍ୟାରେ ଭୁବନେଶ୍ବର ବିମାନବନ୍ଦରରେ ପହଂଚିବା ପରେ ଦେବେନ୍ଦ୍ରଙ୍କୁ ଗାର୍ଡ ଅଫ ଅନର ଦିଆଯାଇଥିଲା ।  ବିମାନବନ୍ଦରରେ ବିଭିନ୍ନ ଦଳର ରାଜନତା ପଂହଚିଥିଲେ।  ଏହାପରେ ମରଶରୀରକୁ ବିଜେପି ରାଜ୍ୟ କାର୍ଯ୍ୟାଳୟକୁ ନିଆଯାଇଥିଲା। ପରେ ଦେବେନ୍ଦ୍ରଙ୍କ ପାର୍ଥିବ ଶରୀରକୁ ତାଙ୍କ ଭୁବନେଶ୍ବର ସ୍ଥିତ ବାସଭବନରେ ରଖାଯାଇଥିଲା ।

Advertisment

ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଓ ବିରୋଧୀ ଦଳ ନେତା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦେବେନ୍ଦ୍ର ପ୍ରଧାନଙ୍କ ଶେଷ ଦର୍ଶନ କରିଛନ୍ତି । ଇଷ୍ଟର୍ଣ୍ଣ ମିଡିଆ ଲିମିଟେଡର ଅଧ୍ୟକ୍ଷ ସୌମ୍ୟରଂଜନ ପଟ୍ଟନାୟକ, ସମ୍ବାଦ ଓ କନକ ନ୍ୟୁଜର ସମ୍ପାଦକ ତନୟା ପଟ୍ଟନାୟକ ବି ଦେବେନ୍ଦ୍ର ପ୍ରଧାନଙ୍କ ଶେଷଦର୍ଶନ କରିଛନ୍ତି । ଆଜି ସକାଳେ ତାଙ୍କ ପାର୍ଥିବ ଶରୀର ପୁରୀରେ ପହଂଚିଛି ।

ପୁରୀରେ ଅସମ୍ଭାଳ ଭିଡ, ପହଂଚିଲା କେନ୍ଦ୍ରମନ୍ତ୍ରୀଙ୍କ ପାର୍ଥିବ ଶରୀର । କିଛି ସମୟ ମଧ୍ୟରେ ପଞ୍ଚଭୂତରେ ଲୀନହେବ ଦେବେନ୍ଦ୍ରଙ୍କ ମରଶରୀର ।  ୮୪ ବର୍ଷ ବୟସରେ ନୂଆଦିଲ୍ଲୀରେ ଦେବେନ୍ଦ୍ର ପ୍ରଧାନଙ୍କ ପରଲୋକ ହୋଇଥିଲା । କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ବାପା ହେଉଛନ୍ତି ଡାକ୍ତର ଦେବେନ୍ଦ୍ର ପ୍ରଧାନ। ଅଟଳ ବିହାରୀ ବାଜପେୟୀଙ୍କ ସରକାରରେ କେନ୍ଦ୍ରମନ୍ତ୍ରୀ ରହିଥିଲେ ଦେବେନ୍ଦ୍ର ପ୍ରଧାନ ।