ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନଙ୍କୁ ଶେଷ ବିଦାୟ : କିଛି ସମୟ ମଧ୍ୟରେ ହେବ ଶେଷକୃତ୍ୟ

Advertisment

ଶେଷ ଯାତ୍ରାରେ ବିଶିଷ୍ଟ ରାଜନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଡାକ୍ତର ଦେବେନ୍ଦ୍ର ପ୍ରଧାନଙ୍କ ପାର୍ଥିବ ଶରୀର

ଶେଷ ଯାତ୍ରାରେ ବିଶିଷ୍ଟ ରାଜନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଡାକ୍ତର ଦେବେନ୍ଦ୍ର ପ୍ରଧାନଙ୍କ ପାର୍ଥିବ ଶରୀର

debendra 2

Photograph: (KanakNews )

କନକବ୍ୟୁରୋ : ଶେଷ ଯାତ୍ରାରେ ବିଶିଷ୍ଟ ରାଜନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଡାକ୍ତର ଦେବେନ୍ଦ୍ର ପ୍ରଧାନଙ୍କ ପାର୍ଥିବ ଶରୀର । ପୁରୀରେ ପହଂଚିଛି ମରଶରୀର ଆଉ କିଛି ସମୟ ପରେ ସ୍ବର୍ଗଦ୍ବାରରେ ତାଙ୍କର ଶେଷକୃତ୍ୟ ହେବ ।  ଶୋଭାଯାତ୍ରାରେ ବରିଷ୍ଠ ନେତାଙ୍କ ସହ ରାଜ୍ୟ ସରକାରଙ୍କ ମନ୍ତ୍ରୀ, ବିଧାୟକ ସାମିଲ ହୋଇଛନ୍ତି  ।  ଗତକାଲି ସନ୍ଧ୍ୟାରେ ଭୁବନେଶ୍ବର ବିମାନବନ୍ଦରରେ ପହଂଚିବା ପରେ ଦେବେନ୍ଦ୍ରଙ୍କୁ ଗାର୍ଡ ଅଫ ଅନର ଦିଆଯାଇଥିଲା ।  ବିମାନବନ୍ଦରରେ ବିଭିନ୍ନ ଦଳର ରାଜନତା ପଂହଚିଥିଲେ।  ଏହାପରେ ମରଶରୀରକୁ ବିଜେପି ରାଜ୍ୟ କାର୍ଯ୍ୟାଳୟକୁ ନିଆଯାଇଥିଲା। ପରେ ଦେବେନ୍ଦ୍ରଙ୍କ ପାର୍ଥିବ ଶରୀରକୁ ତାଙ୍କ ଭୁବନେଶ୍ବର ସ୍ଥିତ ବାସଭବନରେ ରଖାଯାଇଥିଲା ।

ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଓ ବିରୋଧୀ ଦଳ ନେତା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦେବେନ୍ଦ୍ର ପ୍ରଧାନଙ୍କ ଶେଷ ଦର୍ଶନ କରିଛନ୍ତି । ଇଷ୍ଟର୍ଣ୍ଣ ମିଡିଆ ଲିମିଟେଡର ଅଧ୍ୟକ୍ଷ ସୌମ୍ୟରଂଜନ ପଟ୍ଟନାୟକ, ସମ୍ବାଦ ଓ କନକ ନ୍ୟୁଜର ସମ୍ପାଦକ ତନୟା ପଟ୍ଟନାୟକ ବି ଦେବେନ୍ଦ୍ର ପ୍ରଧାନଙ୍କ ଶେଷଦର୍ଶନ କରିଛନ୍ତି । ଆଜି ସକାଳେ ତାଙ୍କ ପାର୍ଥିବ ଶରୀର ପୁରୀରେ ପହଂଚିଛି ।

ପୁରୀରେ ଅସମ୍ଭାଳ ଭିଡ, ପହଂଚିଲା କେନ୍ଦ୍ରମନ୍ତ୍ରୀଙ୍କ ପାର୍ଥିବ ଶରୀର । କିଛି ସମୟ ମଧ୍ୟରେ ପଞ୍ଚଭୂତରେ ଲୀନହେବ ଦେବେନ୍ଦ୍ରଙ୍କ ମରଶରୀର ।  ୮୪ ବର୍ଷ ବୟସରେ ନୂଆଦିଲ୍ଲୀରେ ଦେବେନ୍ଦ୍ର ପ୍ରଧାନଙ୍କ ପରଲୋକ ହୋଇଥିଲା । କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ବାପା ହେଉଛନ୍ତି ଡାକ୍ତର ଦେବେନ୍ଦ୍ର ପ୍ରଧାନ। ଅଟଳ ବିହାରୀ ବାଜପେୟୀଙ୍କ ସରକାରରେ କେନ୍ଦ୍ରମନ୍ତ୍ରୀ ରହିଥିଲେ ଦେବେନ୍ଦ୍ର ପ୍ରଧାନ ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe