କନକ ବ୍ୟୁରୋ: ବଜେଟରେ ଆମାଜନ୍, ଫ୍ଲିପକାର୍ଟ, ଜୋମାଟୋ ଆଉ ସ୍ୱିଗି ଭଳି ଡେଲିଭରୀ କରୁଥିବା ଲୋକଙ୍କ ପାଇଁ ଖୁସି ଖବର । ମୋଦୀ ସରକାର ଖୁବଶୀଘ୍ର ଏହି ୧ କୋଟି କର୍ମଚାରୀଙ୍କୁ ପରିଚୟ ପ୍ରଦାନ କରିବେ । ଏହାସହିତ ଇ-ଶ୍ରମ ପୋର୍ଟାଲରେ ମଧ୍ୟ ସେମାନଙ୍କର ପଞ୍ଜୀକରଣ କରାଯିବ । କେନ୍ଦ୍ରୀୟ ବଜେଟ୍ ଉପସ୍ଥାପନ କରି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ କହିଛନ୍ତି ଯେ, ସହରୀ ଶ୍ରମିକଙ୍କ ସାମାଜିକ-ଆର୍ଥିକ ଉନ୍ନତି ଉଦ୍ଦେଶ୍ୟରେ ଏହା କରାଯିବ । ଯାହାର ଫାଇଦା ଫ୍ଲିପକାର୍ଟ, ଆମାଜନ୍, ଜୋମାଟୋ ଆଉ ସ୍ୱିଗି ଭଳି କମ୍ପାନୀରେ ଡେଲିଭରୀ କରୁଥିବା କୋଟି କୋଟି କର୍ମଚାରୀଙ୍କୁ ମିଳିବ ।

Advertisment

ତେବେ ପ୍ରଥମ ଥର ପାଇଁ ମୋଦୀ ସରକାର ଏହି ଗିଗ୍ ଓ୍ୱାର୍କସଙ୍କ ପାଇଁ ବଡ଼ ଘୋଷଣା କରିଛି । ଦେଶର ଅର୍ଥମନ୍ତ୍ରୀଙ୍କ କହିବା ମୁତାବକ, ଏହି କର୍ମଚାରୀଙ୍କୁ ପରିଚୟ ପତ୍ର ପ୍ରଦାନ କରାଯିବ । ବର୍ତ୍ତମାନ ସମୟରେ ଏହି ଡେଲିଭରୀ ବୟଙ୍କ ସଂଖ୍ୟା ବଢିବାରେ ଲାଗିଛି । ଯାହାକୁ ଆଖି ଆଗରେ ରଖି ଗିଗ୍ କର୍ମଚାରୀଙ୍କ ପାଇଁ ବଡ଼ ଘୋଷଣା କରାଯାଇଛି ।

ମିଳିଥିବା ସୂଚନା ମୁତାବକ, ଶ୍ରମ ମନ୍ତ୍ରାଳୟ ଆଗାମୀ ଦିନରେ ୧୦ କୋଟି ରେଜିଷ୍ଟ୍ରେସନ୍ କରିବାକୁ ଯାଉଛି । ଖାସ୍ କରି ଓଲା, ଉବେର, ଆମାଜନ୍, ଫ୍ଲିପକାର୍ଟ ଭଳି କମ୍ପାନୀରେ ପାର୍ଟ ଟାଇମ୍ ଜବ୍ କରୁଥିବା କର୍ମଚାରୀଙ୍କୁ ଏହାର ଫାଇଦା ମିଳିବ ।