ମହାପ୍ରସାଦକୁ ହୋଟେଲ ଖାଦ୍ୟ ଭଳି ବିକ୍ରି କରନି : ଆଇନମନ୍ତ୍ରୀ

ପୁରୀ ଆସି ମହାପ୍ରସାଦ ପାଇ ସୌଭାଗ୍ୟ ପ୍ରାପ୍ତ ହୁଅନ୍ତୁ । ମହାପ୍ରସାଦକୁ ଅନଲାଇନରେ ବିତରଣ କରିବା ଭଳି ଯୋଜନା ନାହିଁ  : ଆଇନମନ୍ତ୍ରୀ

23

କନକ ବ୍ୟୁରୋ: ମହାପ୍ରସାଦର ପବିତ୍ରତା ସ୍ବତନ୍ତ୍ର । କିଛି ଦିନ ତଳେ କିଛି ସଂସ୍ଥା ତରଫ ରୁ ମନ୍ଦିର ପ୍ରଶାସନକୁ ଅନୁରୋଧ କରିଥିଲେ ମହାପ୍ରସାଦ ଓ ଶୁଖିଲା ଭୋଗକୁ ଅନଲାଇନରେ ଲୋକଙ୍କ ପାଖରେ ପହଞ୍ଚାଇବାକୁ । ଫଳରେ ମହାପ୍ରସାଦ ବିଦେଶରେ ଲୋକଙ୍କ ପାଖରେ ପହଞ୍ଚିବ କିନ୍ତୁ ପବିତ୍ରତା ଦୃଷ୍ଟିରୁ  ଶ୍ରୀମନ୍ଦିର ପ୍ରଶାସନ ଏ ବାବଦରେ ରାଜି ହୋଇନାହାନ୍ତି  । 

’ସାଙ୍ଗରେ ନେବାବେଳେ ମହାପ୍ରସାଦର ପବିତ୍ରତା ଅକ୍ଷୁର୍ଣ୍ଣ ରଖିବେ କି ନାହିଁ ସେ ସନ୍ଦେହ ଆମ ଭିତରେ ଅଛି ସେ ଦୃଷ୍ଟିରୁ ମନ୍ଦିର ପ୍ରଶାସନ ଓ ସରକାର ସହମତ ନାହାନ୍ତି । ତେଣୁ ପୁରୀ ଆସି ମହାପ୍ରସାଦ ପାଇ ସୌଭାଗ୍ୟ ପ୍ରାପ୍ତ ହୁଅନ୍ତୁ । ମହାପ୍ରସାଦକୁ ଅନଲାଇନରେ ବିତରଣ କରିବା ଭଳି ଯୋଜନା ନାହିଁ  । ମହାପ୍ରସାଦର ଅନଲାଇନ ବିତରଣ ହେଉନାହିଁ । ଅନଲାଇନ ବିକ୍ରି ପାଇଁ କିଛି ଉଦ୍ୟମ ଆରମ୍ବ ହୋଇଥିଲା କିନ୍ତୁ ଏଥିପାଇଁ ସରକାର ଏବଂ ମନ୍ଦିର ପ୍ରଶାସନ ରାଜି ନାହାନ୍ତି । ହୋଟେଲ ଖାଦ୍ୟ ଭଳି ପ୍ରସାଦକୁ ଅନଲାଇନ ରେ ବିକ୍ରି କରନ୍ତୁ ନାହିଁ ’। ଶ୍ରଦ୍ଧାଳୁ ସମୁଦାୟଙ୍କୁ ଏଭଳି ଅପିଲ କରିଛନ୍ତି ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe