କନକ ବ୍ୟୁରୋ: ରତ୍ନଭଣ୍ଡାର ଯାଞ୍ଚ ଓ ମରାମତି ପାଇଁ ଏଏସଆଇ ଡିଜିଙ୍କୁ ଚିଠି ଲେଖିଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ। ଶୀଘ୍ର ରତ୍ନଭଣ୍ଡାର ଯାଞ୍ଚ କାର୍ଯ୍ୟ ସମ୍ପନ୍ନ କରି ମରାମତି କରିବାକୁ ଏଏସଆଇକୁ ଚିଠିରେ ଲେଖିଛନ୍ତି ମୁଖ୍ୟ ପ୍ରଶାସକ।
ଅତ୍ୟାଧୁନିକ ଯନ୍ତ୍ରପାତିରେ ଲେଜର ସ୍କାନିଂ ଓ ଏଚଜଝ ଭଳି ଅତ୍ୟାଧୁନିକ ଯନ୍ତ୍ରାଂଶ ବ୍ୟବହାର କରି ଯାଞ୍ଚ କରିବା ପାଇଁ ଅନୁରୋଧ କରିଛନ୍ତି ମୁଖ୍ୟ ପ୍ରଶାସକ। ଯାଞ୍ଚ ଓ ମରାମତି ପାଇଁ ଶ୍ରୀମନ୍ଦିର ପ୍ରଶାସନ ତରଫରୁ ସମସ୍ତ ସହଯୋଗ ଯୋଗାଇ ଦିଆଯିବ ବୋଲି ଚିଠିରେ ଲିଖିତ ପ୍ରତିଶ୍ରୁତି ଦେଇଛନ୍ତି । ଯାଞ୍ଚ ସମୟରେ ନୀତିକାନ୍ତି ବ୍ୟାଘାତ ନହେବା ପାଇଁ ଛତିଶା ନିଯୋଗ ଓ ପରିଚାଳନା କମିଟି ତରଫରୁ ନୀତିର ସାରଣୀ କରାଯିବ। ଯାଞ୍ଚ ଓ ମରାମତି ପାଇଁ ପୂର୍ବରୁ ଯେଉଁ ପ୍ରସ୍ତୁତ କରାଯାଇଛି ସେହି କ୍ରମରେ ସମସ୍ତ କାର୍ଯ୍ୟ ସମ୍ପନ୍ନ କରାଯିବା ପାଇଁ ଅନୁରୋଧ କରିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ। ଗତକାଲି ଶ୍ରୀମନ୍ଦିର ରତ୍ନଭଣ୍ଡାର ଭିତରୁ ଖାଲି ସିନ୍ଦୁକ ଓ ଆଲମିରା ସ୍ଥାନାନ୍ତରଣ ପ୍ରକ୍ରିୟା କାମ ସମାପନ ହୋଇଛି।