କନକ ବ୍ୟୁରୋ: ଶ୍ରୀମନ୍ଦିରରେ ଗୁଆ ଘିଅରେ ମହାପ୍ରସାଦ ପ୍ରସ୍ତୁତି ପାଇଁ ପ୍ରଧାନମନ୍ତ୍ରୀଙ୍କୁ ଚିଠି। ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲା ସୁଆର ସେବାୟତ । ଓମଫେଡ୍ ପରିବର୍ତ୍ତେ ଶୁଦ୍ଧ ଗୁଆଘିଅରେ ମହାପ୍ରସାଦ ପ୍ରସ୍ତୁତ ପାଇଁ ଚିଠି ଲେଖିଛି ସୁଆର ସେବାୟତ। ଶୁଦ୍ଧ ଦେଶୀ ଗାଇ ଘିଅ, କ୍ଷୀର, ଲହୁଣୀ ଓ ଦହିର ଉତ୍ପାଦନ ଲାଗି ଶ୍ରୀମନ୍ଦିର ପ୍ରଶାସନ ତରଫରୁ ମହାପ୍ରଭୁଙ୍କ ଅମୃତମଣୋହୀ ଜମିରେ ଏକ ଗାଈ ଫାର୍ମ ନିର୍ମାଣ କରାଯିବା ନେଇ ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଛି ସୁଆର ସେବାୟତ। ମହାପ୍ରଭୁଙ୍କ ନାମରେ ଗଚ୍ଛିତ ରହିଥିବା ଅର୍ଥରେ ଗୋଶାଳା ବା ଡାଏରୀ ଫାର୍ମ ପରିଚାଳନା କରିବାକୁ ଚିଠିରେ ଉଲ୍ଲେଖ କରିଛି ସୁଆର ସେବାୟତ।