କନକବ୍ୟୁରୋ : ରାଜ୍ୟରେ ଲଘୁଚାପ ଜନିତ ବର୍ଷା ଜାରି ରହିଛି । ଗାଙ୍ଗେୟ ପଶ୍ଚିମବଙ୍ଗ ଉପତ୍ୟକା ପାର୍ଶ୍ବବର୍ତ୍ତୀ ବାଂଲାଦେଶ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ପ୍ରଭାବରେ ସୁନ୍ଦରଗଡ଼ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା। ସୁନ୍ଦରଗଡ଼ରେ ପ୍ରବଳରୁ ଅତ୍ୟନ୍ତ ପ୍ରବଳ ବର୍ଷା ନେଇ ରେଡ୍ ଆଲର୍ଟ ଜାରି ହୋଇଥିଲା । ଏହାବ୍ୟତୀତ ଝାସରୁଗୁଡ଼ା, ସମ୍ୱଲପୁର, କେନ୍ଦୁଝର, ମୟୂରଭଞ୍ଜ ଏହି ୪ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି ହୋଇଥିଲା ।
ସେପଟେ ରାଜ୍ୟର ପଶ୍ଚିମ ଓଡ଼ିଶା ସମେତ ବହୁ ସ୍ଥାନରେ ଲଗାଣ ବର୍ଷା ଯୋଗୁଁ ମହାନଦୀ, ସୁବର୍ଣ୍ଣରେଖା ଓ ବ୍ରାହ୍ମଣୀ ନଦୀର ଜଳସ୍ତର ବୃଦ୍ଧି ପାଇଛି । ଆଜି ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ରେ ଅଧିକ ବର୍ଷା ହେବା ନେଇ ପାଣିପାଗ ବି ଭାଗ ପୂର୍ବାନୁମାନ କରିଛି । ୨୪ ଓ ୨୫ ତାରିଖରେ ମୟୂରଭଞ୍ଜ ଓ ବାଲେଶ୍ବରରେ ଭାରି ବର୍ଷା ସମ୍ଭାବନା ରହିଛି । ଅନ୍ୟପକ୍ଷରେ ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ମହାନଦୀ ଫୁଲିବାରେ ଲାଗିଛି । ହୀରାକୁଦ ଡ୍ୟାମର ଜଳସ୍ତର ବଢ଼ୁଥିବାରୁ ଆଜି ଜଳନିଷ୍କାସନ କରିବାକୁ ନିଷ୍ପତ୍ତି ନିଆଯାଇଛି । ବର୍ତ୍ତମାନ ହୀରାକୁଦର ଜଳସ୍ତର ୬୧୮.୩୯ ରହିଛି ।