କନକ ବ୍ୟୁରୋ: ଆସନ୍ତାକାଲି ଓଡିଶା ଆସୁଛନ୍ତି ଲୋକସଭା ବାଚସ୍ପତି ଓମ୍ ବିର୍ଲା ଓ ରାଜ୍ୟସଭା ଉପାଧକ୍ଷ ହରିବଂଶ ନାରାୟଣ ସିଂହ। ଅନୁସୂଚିତ ଜାତି ଓ ଜନଜାତି ସଂସଦୀୟ କମିଟିର ଜାତୀୟ ସମ୍ମିଳନୀରେ ହେବେ ସାମିଲ । ଅଗଷ୍ଟ ୨୯ ଏବଂ ୩୦ ଦୁଇଦିନ ଲୋକସେବା ଭବନ କନଭେନସନରେ ଏହି ଜାତୀୟ ସମ୍ମିଳନୀ ଅନୁଷ୍ଠିତ ହେବ । ୧୯୯୪ ପରେ ପ୍ରଥମ ଥର ପାଇଁ ଓଡ଼ିଶାରେ କୌଣସି ସଂସଦୀୟ କମିଟିର ବୈଠକ ହେବାକୁ ଯାଉଛି । ସବୁ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳର ବିଧାନସଭା କମିଟିର ଜଣେ ଅଧ୍ୟକ୍ଷ, ୫ଜଣ ସଦସ୍ୟ ଏବଂ ୪ ଜଣ ବିଧାୟକ ଯୋଗଦେବେ । ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ ସଂସଦୀୟ କମିଟିର ୩୦ ଜଣ ସଦସ୍ୟ ଯୋଗଦେବେ । ଏହାକୁ ଲୋକସଭାର ବାଚସ୍ପତି ଓମ୍ ବିର୍ଲା ଉଦଘାଟନ କରିବେ । ଏଥିରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସମେତ ଅନ୍ୟ କେନ୍ଦ୍ରମନ୍ତ୍ରୀମାନେ ଯୋଗଦେବେ । ସାରା ଦେଶରୁ ୨୪୦ରୁ ଅଧିକ ଜନ ପ୍ରତିନିଧି ଏହି ସମ୍ମିଳନୀରେ ଯୋଗ ଦେବା କାର୍ଯ୍ୟକ୍ରମ ରହିଛି । ସମ୍ମିଳନୀର ବିଷୟବସ୍ତୁ ହେଉଛି ଆଦିବାସୀ ବିକାଶରେ ସଂସଦୀୟ କମିଟିର ଭୂମିକା । ଯାହା ସମ୍ପର୍କରେ ଆଲୋଚନା ହେବ। ଉଦଯାପନୀ ସମାରୋହରେ ରାଜ୍ୟପାଳ ହରିବାବୁ କମ୍ଭମପାଟିଙ୍କ ସମେତ ରାଜ୍ୟ ମନ୍ତ୍ରୀମାନେ ଉଦବୋଧନ ଦେବେ । ଏ ନେଇ ଆଜି ବିଧାନସଭା ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ବସିଥିଲା । ସାମ୍ବିଧାନିକ ସୁରକ୍ଷା ଓ ଆଦିବାସୀ ବିକାଶ ନେଇ ବିଭିନ୍ନ ରାଜ୍ୟ ନେଇଥିବା ପଦକ୍ଷେପକୁ ଏହି ସମ୍ମିଳନୀରେ ଉପସ୍ଥାପନ କରାଯିବ। ୩୧ ବର୍ଷ ପରେ ଏହା ଓଡ଼ିଶାରେ ଆୟୋଜନ କରାଯାଉଛି । ଓଡ଼ିଶାର ହସ୍ତଶିଳ୍ପ, କାରିଗରୀ, ସଂସ୍କୃତି ଓ କଳାକୁ ନେଇ ଏକ ପ୍ରଦର୍ଶନୀ ସହିତ ସାଂସ୍କୃତିକ କାର୍ଯ୍ୟକ୍ରମର ଆୟୋଜନ କରାଯିବ । ଉଦଯାପନୀ ପରେ ପ୍ରତିନିଧିମାନଙ୍କୁ କୋଣାର୍କ ସହ ମହାପ୍ରଭୁ ଜଗନ୍ନାଥଙ୍କ ଦର୍ଶନ କରାଯିବ ।
ଆସନ୍ତାକାଲି ଓଡିଶା ଆସୁଛନ୍ତି ଲୋକସଭା ବାଚସ୍ପତି ଓମ୍ ବିର୍ଲା ଓ ରାଜ୍ୟସଭା ଉପାଧକ୍ଷ ହରିବଂଶ ନାରାୟଣ ସିଂହ, ଅନୁସୂଚିତ ଜାତି ଓ ଜନଜାତି ଜାତୀୟ ସମ୍ମିଳନୀରେ ହେବେ ସାମିଲ
ସବୁ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳର ବିଧାନସଭା କମିଟିର ଜଣେ ଅଧ୍ୟକ୍ଷ, ୫ଜଣ ସଦସ୍ୟ ଏବଂ ୪ ଜଣ ବିଧାୟକ ଯୋଗଦେବେ । ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ ସଂସଦୀୟ କମିଟିର ୩୦ ଜଣ ସଦସ୍ୟ ଯୋଗଦେବେ ।
/kanak/media/media_files/2025/08/28/18-2025-08-28-16-49-05.jpg)