କନକ ବ୍ୟୁରୋ : ଆଜି ସୁନାବେଶରେ ଦର୍ଶନ ଦେବେ ଶ୍ରୀଜିଉ । ରଥଉପରେ ଶ୍ରୀଜିଉଙ୍କର ବଡତଢା଼ଉ ବେଶ ଵା ସୁନାବେଶ ଅନୁଷ୍ଠିତ ହେବ । ସକାଳୁ ତିନିରଥ ଉପରେ ଦୈନଦିନ ନୀତି ପରେ ମଧ୍ୟାହ୍ନ ଧୂପ ଓ ମଇଲମ ନୀତି ପରେ ମହଣ ମହଣ ସୁନାରେ ବିଭୂଷିତ ହେବେ ଶ୍ରୀଜିଉ । ସେଥିପାଇଁ ଶ୍ରୀକ୍ଷେତ୍ର ଲୋକାରଣ୍ୟ ହୋଇ ଉଠିଛି । ଅପରାହ୍ନ ୫ଟାରୁ ୬ଟା ୩୦ ମଧ୍ୟରେ ଠାକୁରଙ୍କୁ ସୁନାବେଶରେ ସଜିତ କରାଯିବ । ରାତି ୧୧ଟା ପର୍ଯ୍ୟନ୍ତ ଭକ୍ତ ମହାପ୍ରଭୁଙ୍କ ସୁନାବେଶ ଦେଖିପାରିବେ ବୋଲି ପ୍ରଶାସନ ନିଷ୍ପତି ନେଇଛି । ବେଶ ଓ ଲାଗି ପରେ ବଡସିଂହାର ବେଶ ଓ ରାତ୍ରପହୁଡ ହେବ । ସୁନାବେଶ ପାଇଁ ଶ୍ରୀକ୍ଷେତ୍ରରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଥିବା ବେଳେ ମାର୍କେଟ ଛକରୁ ଵ୍ୟାରିକେଡ଼ କରାଯାଇଛି । ଶ୍ରଦ୍ଧାଳୁ ମାର୍କେଟ ଛକରୁ ଵ୍ୟାରିକେଡରେ ଆସି ବେଶ ଦେଖିବା ପରେ ତିନିରଥ ପଛପଟ ରାସ୍ତା ଦେଇ ପ୍ରସ୍ଥାନ କରିବାର ବ୍ୟବସ୍ଥା କରାଯାଇଛି । ଶ୍ରୀଜିଉଙ୍କର ସମସ୍ତ ଚିତ୍ତାକର୍ଷକ ବେଶ ମଧ୍ୟରେ ସୁନାବେଶ ଅର୍ଥାତ ବଡତଢାଉ ବେଶ ଅନ୍ୟତମ । ୧୩୮ ପ୍ରକାରର ସ୍ୱର୍ଣ୍ଣ ଅଳଙ୍କାରରେ ଝଲସିବେ ଶ୍ରୀଜିଉ । ଏହି ମନମୁଗ୍ଧକର ବେଶ ବର୍ଷକରେ ଥରେ ରଥ ଉପରେ ଅନୁଷ୍ଠିତ ହେଉଥିବା ବେଳେ ଏହି ବେଶରେ ଦର୍ଶନ କଲେ ଅଶେଷ ପୁଣ୍ୟ ପ୍ରାପ୍ତି ହୋଇଥାଏ ବୋଲି ବିଶ୍ୱାସ ରହିଛି ।
ମହଣ ମହଣ ସୁନାରେ ଝଲସିବେ ଶ୍ରୀଜିଉ, ଲାଗିହେବ ୧୩୮ ପ୍ରକାର ସୁନା ଗହଣା
ସେଥିପାଇଁ ଶ୍ରୀକ୍ଷେତ୍ର ଲୋକାରଣ୍ୟ ହୋଇ ଉଠିଛି । ଅପରାହ୍ନ ୫ଟାରୁ ୬ଟା ୩୦ ମଧ୍ୟରେ ଠାକୁରଙ୍କୁ ସୁନାବେଶରେ ସଜିତ କରାଯିବ । ରାତି ୧୧ଟା ପର୍ଯ୍ୟନ୍ତ ଭକ୍ତ ମହାପ୍ରଭୁଙ୍କ ସୁନାବେଶ ଦେଖିପାରିବେ ବୋଲି ପ୍ରଶାସନ ନିଷ୍ପତି ନେଇଛି । ବେଶ ଓ ଲାଗି ପରେ ବଡସିଂହାର ବେଶ ଓ ରାତ୍ରପହୁଡ ହେବ । ସୁନାବେଶ ପାଇଁ ଶ୍ରୀକ୍ଷେତ୍ରରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଥିବା ବେଳେ ମାର୍କେଟ ଛକରୁ ଵ୍ୟାରିକେଡ଼ କରାଯାଇଛି ।
/kanak/media/media_files/2025/07/06/7-2025-07-06-11-47-11.jpg)