କନକ ବ୍ୟୁରୋ: ସ୍ୱାଭାବିକ ହେଲା ପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି । ସକାଳୁ ମଙ୍ଗଳ ଆଳତୀ ଅବକାଶ ସରିଛି । କିଛି ସମୟ ଭିତରେ ଆରମ୍ଭ ହେବ କୋଠ ଭୋଗ ପ୍ରକ୍ରିୟା । ବ୍ରାହ୍ମଣ ନିଯୋଗ ସମ୍ପାଦକ ବିରଞ୍ଚି ନାରାୟଣ ପତିଙ୍କ ସୂଚନା । କାର୍ତ୍ତିକ ମାସ ପରି ପବିତ୍ର ଧର୍ମମାସରେ ଦେଖା ଦେଖାଦେଇଥିଲା ମହାବିଭ୍ରାଟ । କାଲିଠୁ ଉପାସରେ ରହିଥିଲେ ପ୍ରଭୁ ଲିଙ୍ଗରାଜ । ମନ୍ଦିର ନୀତିକାନ୍ତି ବନ୍ଦ କରିଥିଲେ ପାଳି ଥିବା ସମର୍ଥା ନିଯୋଗ ସେବାୟତ ।
ମହାସ୍ନାନ ପରେ ସ୍ୱାଭାବିକ ହେଲା ଲିଙ୍ଗରାଜଙ୍କ ନୀତିକାନ୍ତି
ଗତକାଲି ସକାଳୁ ସାହାଣ ମେଲା, ସୂର୍ଯ୍ୟ ପୂଜା ପରେ ଦ୍ଵାରପାଳ ପୂଜା ପରଠୁ ନୀତି କାନ୍ତି ବନ୍ଦ କରିଥିଲେ ସେବାୟତ । ନିଅଂଶ ପାଳି ପଡୁଥିବାରୁ ମନ୍ଦିର ପ୍ରଶାସନ ବିବାଦରେ ହସ୍ତକ୍ଷପ କରି ସମାଧାନ ନକରିଥିବାରୁ ଲିଙ୍ଗରାଜ ମହାପ୍ରଭୁ ମହାକାର୍ତ୍ତିକ ମାସରେ ଖଡା ଉପବାସରେ ରହିଥିଲେ । ଯାହାଦ୍ଵାରା ହଜାର ହଜାର ହବିଷ୍ୟାଳି ମହାପ୍ରଭୁଙ୍କ ମହାପ୍ରସାଦ ପାଇବାରୁ ବଞ୍ଚିତ ହୋଇଛନ୍ତି ।
କାର୍ତ୍ତିକ ମାସ ପରି ପବିତ୍ର ଧର୍ମମାସରେ ଦେଖା ଦେଇଥିଲା ମହାବିଭ୍ରାଟ । କାର୍ତ୍ତିକରେ ବୁଧବାର ଉପାସରେ ରହିଥିଲେ ପ୍ରଭୁ ଲିଙ୍ଗରାଜ । ଲିଙ୍ଗରାଜ ମନ୍ଦିର ନୀତିକାନ୍ତି ବନ୍ଦ କରିଥିଲେ ସେବାୟତ। ପାଳି ଥିବା ସମର୍ଥା ନିଯୋଗ ସେବାୟତ ବନ୍ଦ କରିଥିଲେ ଲିଙ୍ଗରାଜଙ୍କ ସେବା । ଗତକାଲି ସକାଳୁ ସାହାଣ ମେଲା, ସୂର୍ଯ୍ୟ ପୂଜା ପରେ ଦ୍ଵାରପାଳ ପୂଜା ପରଠୁ ନୀତି କାନ୍ତି ବନ୍ଦ କରିଛନ୍ତି ସେବାୟତ। ନିଅଂଶ ପାଳି ପଡୁଥିବାରୁ ମନ୍ଦିର ପ୍ରଶାସନ ବିବାଦରେ ହସ୍ତକ୍ଷପ କରି ସମାଧାନ ନକରିଥିବାରୁ ଲିଙ୍ଗରାଜ ମହାପ୍ରଭୁ ମହାକାର୍ତ୍ତିକ ମାସରେ ଖଡା ଉପବାସରେ ଥିଲେ । ଯାହାଦ୍ଵାରା ହଜାର ହଜାର ହବିଷ୍ୟାଳି ମହାପ୍ରଭୁଙ୍କ ମହାପ୍ରସାଦ ପାଇବାରୁ ବଞ୍ଚିତ ହୋଇଛନ୍ତି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2024/11/27/2024-11-27t060618923z-rrrr.jpg)
/kanak/media/media_files/2025/10/30/lingaraj-temple-2025-10-30-10-05-34.jpg)