କନକ ବ୍ୟୁରୋ : ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ । ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି । ୨୪ଟି ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ଆଲର୍ଟ ଜାରି କରାଯାଇଛି । ଆଜି ପାଇଁ ୩ ଜିଲ୍ଲା କୋରାପୁଟ, ମାଲକାନଗିରି ଓ ନବରଙ୍ଗପୁରକୁ ରେଡ୍ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଏହି ୩ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି । ରାଜ୍ୟର ଅନ୍ୟ ସବୁ ଜିଲ୍ଲାରେ ପ୍ରବଳରୁ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ସେପଟେ ପ୍ରସ୍ତୁତ ରହିବାକୁ ଜିଲ୍ଲା ପ୍ରଶାସନକୁ ସତର୍କ କରାଇଛନ୍ତି ଏସଆରସି । ୧୯ ଅଗଷ୍ଟ ସୁଦ୍ଧା ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ର ପ୍ରଦେଶ ଉପକୂଳ ଅତିକ୍ରମ କରିବ ଲଘୁଚାପ । ସେପଟେ ପାଣିପାଗ ବିଭାଗର ଆକଳନ ଅନୁସାରେ ଅଗଷ୍ଟ ୨୩ ବେଳକୁ ଆଉ ଏକ ଲଘୁଚାପ ହୋଇପାରେ ।