କନକବ୍ୟୁରୋ:  ଆସୁଛି ଲଘୁଚାପ, ତାତିରୁ ମିଳିବ ଆଶ୍ବସ୍ତି ।  ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସକ୍ରିୟ ଘୁର୍ଣ୍ଣିବଳୟ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଲଘୁଚାପ କ୍ଷେତ୍ରରେ ପରିଣତ ହେବାର ସମ୍ଭାବନା ରହିଛି ।  ଫଳରେ କାଲି ୧୧ ତାରିଖ ପର୍ଯ୍ୟନ୍ତ ବର୍ଷା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ  ।   ବର୍ଷା ନେଇ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।  ଏସବୁ ଜିଲ୍ଲାଗୁଡିକ ହେଉଛି ସୁନ୍ଦରଗଡ଼, ଦେବଗଡ଼, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ବାଲେଶ୍ବର, ଭଦ୍ରକ, କନ୍ଧମାଳ, ଗଞ୍ଜାମ, ରାୟଗଡ଼ା, ଗଜପତି, କୋରାପୁଟ ଓ ମାଲକାନଗିରି। ଏସବୁ ଜିଲ୍ଲାରେ ଘଡ଼ଘଡ଼ି ବିଜୁଳି ସହ ବର୍ଷା ନେଇ ଆକଳନ କରାଯାଇଛି  ।

Advertisment

ଏହି ସମୟରେ ପବନର ବେଗ ୩୦ରୁ ୪୦ ଡିଗ୍ରୀ ରହିବ ।  ସେହିପରି ୯ ତାରିଖ ଦିନ ୧୯ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।  ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଢେଙ୍କାନାଳ, ଯାଜପୁର, କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଖୋର୍ଦ୍ଧା, ନୟାଗଡ଼, ପୁରୀ, ଗଞ୍ଜାମ, ରାୟଗଡ଼ା, ଗଜପତି, କୋରାପୁଟ, ନବରଙ୍ଗପୁର ଓ ମାଲକାନଗିରିରେ ବର୍ଷା ନେଇ ଆଲର୍ଟ କରାଯାଇଛି । ୧୦ ତାରିଖରେ ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଗତକାଲି ୪୦ ଡିଗ୍ରୀ ଉପରେ  ରହିଥିଲା ୯ ସହର । ବୌଦ୍ଧ ୪୨ ଡିଗ୍ରୀ ସହ ରାଜ୍ୟରେ ସବୁଠୁ ଉତ୍ତପ୍ତ ସହର ପାଲଟିଛି।