କନକବ୍ୟୁରୋ : ଆଗାମୀ ୧୨ଘଣ୍ଟାରେ ଅବପାତରେ ପରିଣତ ହେବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସ୍ପଷ୍ଟଚିହ୍ନିତ ଲଘୁଚାପ କ୍ଷେତ୍ର । ପରବର୍ତ୍ତୀ ସମୟରେ ଏହା ଅଧିକ ଘନୀଭୂତ ହୋଇ ଗଭୀର ଅବପାତର ରୂପ ନେବା ସମ୍ଭାବନା ରହିଛି । ଏହାର ପ୍ରଭାବରେ ଆସନ୍ତାକାଲିଠୁ ପ୍ରବଳ ବର୍ଷା ନେଇ ସତର୍କ କରାଇଛି ପାଣିପାଗ ବିଭାଗ । ସମ୍ଭାବ୍ୟ ଗଭୀର ଅବପାତ ପ୍ରଭାବରେ ଆସନ୍ତାକାଲି ଏବଂ ୩ତାରିଖ ସକାଳ ଯାଏଁ ରାଜ୍ୟରେ ବଡ଼ ବର୍ଷା ହେବାର ସମ୍ଭାବନା ରହିଛି । ପ୍ରଭାବରେ ପୂଜା ତୋରଣ ସହ ପେଣ୍ଡାଲ ଗୁଡ଼ିକ ପ୍ରଭାବିତ ହେବା ଆଶଙ୍କା ରହିଛି । ତେବେ ୩ ତାରିଖ ସକାଳ ସମୟରେ ଦକ୍ଷିଣ ଓଡିଶା ଏବଂ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ ଅତିକ୍ରମ କରିବା ସମ୍ଭାବନା ରହିଛି । ଆସନ୍ତା କାଲି ପାଇଁ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । କନ୍ଧମାଳ, ରାୟଗଡ଼ା, ଗଜପତି, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ।
ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସ୍ପଷ୍ଟ : ୧୨ଘଣ୍ଟାରେ ଘନୀଭୂତ ହୋଇ ନେଇପାରେ ଅବପାତର ରୂପ
ଆଗାମୀ ୧୨ଘଣ୍ଟାରେ ଅବପାତରେ ପରିଣତ ହେବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସ୍ପଷ୍ଟଚିହ୍ନିତ ଲଘୁଚାପ କ୍ଷେତ୍ର । ପରବର୍ତ୍ତୀ ସମୟରେ ଏହା ଅଧିକ ଘନୀଭୂତ ହୋଇ ଗଭୀର ଅବପାତର ରୂପ ନେବା ସମ୍ଭାବନା ରହିଛି
/kanak/media/media_files/2025/10/01/64-2025-10-01-13-23-07.jpg)