କନକବ୍ୟୁରୋ : ସୃଷ୍ଟି ହେଲା ଲଘୁଚାପ । ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ଦକ୍ଷିଣ ବଙ୍ଗୋପସାଗରର ମଧ୍ୟଭାଗରେ ସୃଷ୍ଟି ହୋଇଛି ଲଘୁଚାପ କ୍ଷେତ୍ର । ୮ ତାରିଖ ଯାଏଁ ଉତ୍ତରପଶ୍ଚିମ ଦିଗରେ ଗତିକରିବା ସହ, ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ରୁ ପରବର୍ତ୍ତୀ ୪୮ ଘଣ୍ଟା ଯାଏଁ ସାମାନ୍ୟ ଉତ୍ତର ଆଡକୁ ଗତିକରିବ ଲଘୁଚାପ । ଏହାର ପ୍ରଭାବରେ ୯ ତାରିଖରୁ ଆରମ୍ଭ ହେବ ବର୍ଷା ।
ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ତରଫରୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ବିଜୁଳି, ଘଡଘଡି ସହ କୁଆପଥର ବର୍ଷା ନେଇ ସତର୍କ କରାଯାଇଛି । ମୟୁରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ପୁରୀ, ଖୋର୍ଦ୍ଧା, ଗଞ୍ଜାମ, ଗଜପତି, ନୟାଗଡ଼ ପାଇଁ ସତର୍କ ଜାରି ହୋଇଛି । ସେହିଭଳି ୧୦ ତାରିଖରେ ୨୨ ଜିଲ୍ଲା ପାଇଁ ବିଜୁଳି, ଘଡଘଡି ସହ କୁଆପଥର ବର୍ଷା ନେଇ ଆଲର୍ଟ କରାଯାଇଛି । ୧୧ ତାରିଖ ପାଇଁ ଅଧା ଓଡିଶାକୁ ବର୍ଷା ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/media_files/2025/04/08/4ILGRE2v8DxJdilEu3B9.jpg)