ସୃଷ୍ଟିହେଲା ଲଘୁଚାପ କ୍ଷେତ୍ର; କାଲିଠୁ ବଢ଼ିପାରେ ବର୍ଷାର ପରିମାଣ

ଆସନ୍ତାକାଲି ପାଇଁ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । କନ୍ଧମାଳ, ରାୟଗଡ଼ା, ଗଜପତି, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ସେହିପରି ୨୫ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

Low pressure

Photograph: (Kanak News)

କନକ ବ୍ୟୁରୋ : ଫିକା ପଡ଼ିବ ଦଶହରା । ବଙ୍ଗୋପସାଗରରେ ସୃଷ୍ଟି ହେଲା ସ୍ପଷ୍ଟଚିହ୍ନିତ ଲଘୁଚାପ କ୍ଷେତ୍ର । ଲଘୁଚାପ ଅଧିକ ଘନୀଭୂତ ହୋଇ ସ୍ପଷ୍ଟଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି । ଏହାର ପ୍ରଭାବରେ ଆସନ୍ତାକାଲିଠୁ ପ୍ରବଳ ବର୍ଷା ନେଇ ସତର୍କ କରାଇଛି ପାଣିପାଗ ବିଭାଗ । ତେବେ ୩ ତାରିଖ ସକାଳ ସମୟରେ ଦକ୍ଷିଣ ଓଡିଶା ଏବଂ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ ଅତିକ୍ରମ କରିବା ସମ୍ଭାବନା ରହିଛି । ଆସନ୍ତାକାଲି ପାଇଁ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । କନ୍ଧମାଳ, ରାୟଗଡ଼ା, ଗଜପତି, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ସେହିପରି ୨୫ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe