କନକବ୍ୟୁରୋ : ବଙ୍ଗୋପସାଗରରେ ଲଘୁଚାପ ପ୍ରଭାବରେ ଆଜି ମଧ୍ୟ ପ୍ରବଳ ବର୍ଷା ହେବ ।  ଆଜି ୪ଟି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।  ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।

Advertisment

ଏହା ସହ ୧୫ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଆସନ୍ତାକାଲି ମଧ୍ୟ ଝାରସୁଗୁଡ଼ା, ସମ୍ବଲପୁର ଓ ସୁନ୍ଦରଗଡ଼ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଆସନ୍ତା ୬ ତାରିଖ ପର୍ଯ୍ୟନ୍ତ ବର୍ଷା ନେଇ ସତର୍କ କରିଛି ପାଣିପାଗ ବିଭାଗ ।  ଲଘୁଚାପ ୨ଦିନ ଯାଏଁ ଧିରେ ଧିରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଉତ୍ତର ଓଡିଶା, ପଶ୍ଚିମବଙ୍ଗ ଏବଂ ଝାଡ଼ଖଣ୍ଡ ମଧ୍ୟ ଦେଇ ଗତି କରିବାର ସମ୍ଭାବନା ରହିଛି ।  ପ୍ରଭାବରେ ଉପକୂଳ ଓ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ହେବ ।