କନକ ବ୍ୟୁରୋ : ସୃଷ୍ଟି ହେଲା ଅବପାତ । ଦକ୍ଷିଣପୂର୍ବ ଗାଙ୍ଗେୟ ପଶ୍ଚିମବଙ୍ଗ ଉପତ୍ୟକା, ବାଂଲାଦେଶ ଉପକୂଳ ଅଞ୍ଚଳରେ ସକ୍ରିୟ ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ର ଆହୁରି ଘନୀଭୂତ ହୋଇ ଅବପାତରେ ପରିଣତ ହୋଇଛି । ଏହା ଆଗାମୀ ୨୪ ଘଣ୍ଟା ଯାଏଁ ପଶ୍ଚିମ ଉତ୍ତରପଶ୍ଚିମ ଦିଗରେ ପଶ୍ଚିମବଙ୍ଗ ଆଡ଼କୁ ଗତି କରିବ l ଏହାର ପ୍ରଭାବରେ ଅତି ପ୍ରବଳ ବର୍ଷା ନେଇ ଓଡିଶାକୁ ରେଡ଼ ଆଲର୍ଟ ଜାରି କରିଛି ଭାରତୀୟ ପାଣିପାଗ ବିଭାଗ ।
ବ୍ରଜପାତ ସହ ଅତି ପ୍ରବଳ ବର୍ଷା ନେଇ ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼କୁ ରେଡ଼ ଆଲର୍ଟ ଜାରି । ଘଣ୍ଟାପ୍ରତି ୪୦ ରୁ ୫୦ କିମି ବେଗରେ ପବନ ବହିବ । ୨୦୦ମିଲିମିଟରରୁ ଅଧିକ ବର୍ଷା ହେବ । ୨୪ଘଣ୍ଟା ପାଇଁ ଅନୁଗୁଳ, ଢେଙ୍କାନାଳ, ଦେଓଗଡ଼, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ାକୁ ଅରେଞ୍ଜ ଆଲର୍ଟ ସହ ଅନ୍ୟ ୧୬ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବନ୍ଦରଗୁଡିକୁ ସତର୍କ ସୂଚନା ଜାରି । ସମୁଦ୍ର ଅଶାନ୍ତ ଥିବାରୁ ୨୪ଘଣ୍ଟା ପାଇଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଯିବାକୁ ବାରଣ ହୋଇଛି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/04/05/2025-04-05t104857750z-whatsapp-image-2025-04-05-at-161819.jpeg)
/kanak/media/media_files/2025/07/14/low-pressure-2025-07-14-16-50-26.jpg)