କନକ ବ୍ୟୁରୋ: ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ । ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ଦକ୍ଷିଣ ବଙ୍ଗୋପସାଗରର ମଧ୍ୟଭାଗରେ ସୃଷ୍ଟି ହୋଇଛି ଲଘୁଚାପ କ୍ଷେତ୍ର । ୮ ତାରିଖ ଯାଏଁ ଉତ୍ତରପଶ୍ଚିମ ଦିଗରେ ଗତିକରିବା ସହ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରୁ ପରବର୍ତ୍ତୀ ୪୮ ଘଣ୍ଟା ଯାଏଁ ସାମାନ୍ୟ ଉତ୍ତର ଆଡକୁ ଗତିକରିବ ଲଘୁଚାପ । ଏହାର ପ୍ରଭାବରେ ୯ ତାରିଖରୁ ଆରମ୍ଭ ହେବ ବର୍ଷା । ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ତରଫରୁ ଜାରି ହେଲା ଆଲର୍ଟ । ଏନେଇ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

Advertisment

୯ ଏପ୍ରିଲରେ ବର୍ଷା ନେଇ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି । ବିଜୁଳି, ଘଡଘଡି ସହ କୁଆପଥର ବର୍ଷା ନେଇ ଆଲର୍ଟ ଜାରି ହୋଇଛି । ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ପୁରୀ, ଖୋର୍ଦ୍ଧା, ଗଞ୍ଜାମ, ଗଜପତି, ନୟାଗଡ଼ ଜିଲ୍ଲାରେ ବର୍ଷା ହେବା ନେଇ ଆକଳନ କରାଯାଇଛି । 

ସେହିଭଳି ୧୦ ଏପ୍ରିଲ ଅପରାହ୍ନରେ ବିଜୁଳି, ଘଡଘଡି ସହ କୁଆପଥର ବର୍ଷା ନେଇ ଆଲର୍ଟ ଜାରି ହୋଇଛି । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଅନୁଗୁଳ, ନୂଆପଡା, ଢେଙ୍କାନାଳ, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, ରାୟଗଡା ଜିଲ୍ଲାକୁ ବର୍ଷା ଆଶଙ୍କା ରହିଛି । 

୧୧ ଏପ୍ରିଲ ପାଇଁ ଅଧା ଓଡିଶାକୁ ବର୍ଷା ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ । ଜିଲ୍ଲାଗୁଡିକ ହେଲା ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, ସୋନପୁର, ବୌଦ୍ଧ, ନୂଆପଡା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡା, କୋରାପୁଟ, ମାଲକାନଗିରି, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ ଜିଲ୍ଲାକୁ ବର୍ଷା ଆଶଙ୍କା ରହିଛି ।