କନକବ୍ୟୁରୋ : ପୁଣି ସେହି ଅକ୍ଟୋବର ମାସର ଶେଷ ସପ୍ତାହ, ପୁଣି ଘାରିଛି ବାତ୍ୟା ଭୟ । ପାଣିପାଗ ବିଭାଗର ଆକଳନ ଅନୁସାରେ ମାସ ଶେଷ ବେଳକୁ ପୁଣି ଥରେ ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଯାଉଛି ଆଉ ଏକ ବାତ୍ୟା । ଏହାର ତୀବ୍ରତା କେତେ ରହିବ ? କେଉଁଠି ସ୍ଥଳଭାଗ ଅତିକ୍ରମ କରିବ ? ତାହା ସ୍ପଷ୍ଟ ହୋଇନଥିଲେ ବି ୨୭ରେ ବାତ୍ୟାର ରୂପ ନେଇପାରେ ବୋଲି ଆକଳନ କରିଛି ଆଇଏମଡି । ଏହାର ପ୍ରଭାବରେ ଓଡ଼ିଶାରେ ବଡ ବର୍ଷାର ସମ୍ଭାବନା ରହିଛି ।
ସତ ହୋଇଛି ପୂର୍ବାନୁମାନ । ଅକ୍ଟୋବର ଶେଷ ସପ୍ତାହରେ ଆସୁଛି ଆଉ ଏକ ବାତ୍ୟା । ଆଇଏମଡିର ଆକଳନ ଅନୁସାରେ, ବଙ୍ଗୋପସାଗର ରେ ଅଧିକ ଘନୀଭୂତ ହୋଇ ଆଗକୁ ବଢ଼ୁଥିବା ଲଘୁଚାପ ଆସନ୍ତାକାଲି ନେବ ଅବପାତର ରୂପ । ୨୬ ତାରିଖ ସକାଳୁ ଗଭୀର ଅବପାତରେ ପରିଣତ ହେବ । ଯାହା ଆସନ୍ତା ୨୭ ତାରିଖ ସକାଳୁ ବାତ୍ୟାର ରୂପ ନେବ । ତାପରେ ବଳ ଗୋଟାଇ ଉପକୂଳ ମୁହାଁ ହେବ ବାତ୍ୟା ।
ଅଧିକ ପଢନ୍ତୁ :
ଢେଙ୍କାନାଳରେ ଥମୁନି ପଥର ଚୋରାଚାଲାଣ, ବେଆଇନ ଖଣି ଖୋଳି ମାଲେମାଲ ମାଫିଆ
ପାଣିପାଗ ସଂସ୍ଥା ୱିଣ୍ଡିର ଆକଳନ ଅନୁସାରେ ବଙ୍ଗୋପସାଗର ରେ ସୃଷ୍ଟ ଲଘୁଚାପ ବାତ୍ୟାର ରୂପ ନେବା ପରେ ୨୮ ତାରିଖ ବେଳକୁ ସ୍ଥଳଭାଗ ଅତିକ୍ରମ କରିପାରେ । ଆନ୍ଧ୍ର ପ୍ରଦେଶର ବିଶାଖପାଟଣା ନିକଟ ଦେଇ ଅତିକ୍ରମ କରିପାରେ ଉପକୂଳ । ତେବେ ଲଘୁଚାପ ଅବପାତର ରୂପ ନେବା ପରେ ବାତ୍ୟାର ଗତିପଥ ସ୍ପଷ୍ଟ ହେବ ବୋଲି କହିଛି ଆଇଏମଡି । ପାଣିପାଗ ବିଶେଷଜ୍ଞମାନେ ମଧ୍ୟ ସମାନ ଆକଳନ କରିଛନ୍ତି।
ଆସୁଥିବା ବାତ୍ୟା ପ୍ରଭାବରେ ଓଡ଼ିଶାରେ ୨୬ରୁ ୨୯ପର୍ଯ୍ୟନ୍ତ ବଡ଼ ବର୍ଷା ହୋଇପାରେ । ୨୬ ତାରିଖରେ ଦକ୍ଷିଣ, ଉପକୂଳ, ଆଭ୍ୟନ୍ତରୀଣ ଓ ଉତ୍ତର ଓଡ଼ିଶାରେ ବର୍ଷା ହେବାର ଆଶଙ୍କା ରହିଛି । ୨୭ରେ ରାୟଗଡ଼ା, ଗଞ୍ଜାମ, ଗଜପତିକୁ ଅରେଞ୍ଜ ଆଲର୍ଟ । ୨୮ରେ ଗଞ୍ଜାମ, ଗଜପତି, ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡା, ରାୟଗଡ଼ା, କୋରାପୁଟ ଓ ମାଲକାନଗିରିରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ୨୯ରେ ଉତ୍ତର ଓଡ଼ିଶାରେ ବର୍ଷା ହେବା ନେଇ ସତର୍କ କରିଛି ପାଣିପାଗ ବିଭାଗ ।
ଅଧିକ ପଢନ୍ତୁ
ଫେରିଲା ଏସିଏଫ୍ ସୌମ୍ୟରଞ୍ଜନ ମୃତ୍ୟୁ ମାମଲା; ବଢ଼ିଲା ତତ୍କାଳୀନ ଡିଏଫ୍ଓ ଏବଂ ରୋଷେୟାଙ୍କ ଗିରଫ ଆଶଙ୍କା
ବର୍ଷା ଆଲର୍ଟ: ଅକ୍ଟୋବର ୨୮ ତାରିଖ (ବୁଧବାର) ସକାଳ ସାଢ଼େ ୮ଟାରୁ ଅକ୍ଟୋବର ୩୦ (ଗୁରୁବାର) ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ପୁରୀ, ଖୋର୍ଦ୍ଧା, ଗଂଜାମ, ବାଲେଶ୍ବର, ମୟୂରଭଂଜ ଓ ଭଦ୍ରକ ଜିଲ୍ଲାକୁ ବର୍ଷା ନେଇ ରେଡ୍ ଆଲର୍ଟ ଜାରି କରାଯାଇଛି। ସେହିପରି ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଂଜାମ, ଗଜପତି, ମାଲକାନଗିରି, କନ୍ଧାମାଳ, ରାୟଗଡ଼ା, କୋରାପୁଟ, ମୟୂରଭଂଜ, ଢେଙ୍କାନାଳ, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ ଓ ନବରଂଗପୁର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
୨୫ରେ ଅବପାତ ରୂପ
ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ଯେ, ଲଘୁଚାପ ଆଗାମୀ ୨୫ ତାରିଖରେ ଅବପାତର ରୂପ ନେବ । ସୁଦୃଶ୍ୟ ଲଘୁଚାପର ରୂପ ନେବ। ୨୬ ତାରିଖ ବେଳକୁ ଗଭୀର ଅଭପାତର ରୂପ ନେବ। ୨୭ ସକାଳେ ବାତ୍ୟାର ରୂପ ନେଇପାରେ ଲଘୁଚାପ। ଏବେ ଲଘୁଚାପ ଧୀରେ ଧୀରେ ଉତ୍ତର-ପଶ୍ଚିମ ଉତ୍ତର ଦିଗରେ ଗତି କରୁଛି। ଘଣ୍ଟା ପ୍ରତି ୩ କିମି ବେଗରେ ଗତି କରୁଛି । ବଙ୍ଗୋପସାଗରରେ ବଳ ଗୋଟାଉଛି। ବାତ୍ୟା ପାଇଁ ରହିଛି ଅନୁକୂଳ ପାଗ । ୨୭ରୁ ୨୯ ତାରିଖ ଯାଏ ଓଡ଼ିଶାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। କିନ୍ତୁ ପବନର ଆଶଙ୍କା କମ୍ ଥିବା କୁହାଯାଉଛି। ତେବେ ବାତ୍ୟା କେଉଁଠି ମାଡ଼ ହେବ, ସେନେଇ ଏବେ ଯାଏ କୌଣସି ସୂଚନା ମିଳିନାହିଁ ।
ଏସ୍ଆରସି ପକ୍ଷରୁ କୁହାଯାଇଛି ଯେ, ଅରେଞ୍ଜ ଏବଂ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା ଜିଲ୍ଲାଗୁଡ଼ିକୁ ଅଧିକ ସତର୍କ ରହିବାକୁ ହେବ। ପ୍ରାକୃତିକ ବିପର୍ଯ୍ୟୟର ମୁକାବିଲା ପାଇଁ ପ୍ରସ୍ତୁତ ହେବାକୁ ପଡ଼ିବ। କୁଆପଥର ମାଡ଼ ଓ ବଜ୍ରପାତରୁ ନିଜକୁ ସୁରକ୍ଷା କରିବା ପାଇଁ ସୁରକ୍ଷିତ ସ୍ଥାନକୁ ଆଶ୍ରୟସ୍ଥଳୀ ଭାବେ ବାଛନ୍ତୁ। ଅକ୍ଟୋବର ୨୬ ତାରିଖ ଠାରୁ ୨୯ ପର୍ଯ୍ୟନ୍ତ ସମୁଦ୍ର ଅସ୍ଥିର ରହିବ। ସମ୍ଭାବିତ ବାତ୍ୟା ସମୟରେ ଅକ୍ଟୋବର ୨୬ରୁ ୨୯ ତାରିଖ ପର୍ଯ୍ୟନ୍ତ ପବନର ବେଗ ଘଣ୍ଟା ପିଛା ୩୫ରୁ ୬୦ କିମି ରହିବ। ଏହା ଘଣ୍ଟା ପିଛା ସର୍ବାଧିକ ୭୦କିମି ହୋଇପାରେ ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/12/17/2025-12-17t081934795z-rashu-2025-12-17-13-49-35.jpg)
/kanak/media/media_files/2025/10/24/cycolne-alert-for-odisha-2025-10-24-19-20-46.jpg)