କନକ ବ୍ୟୁରୋ: ତାତିରୁ ମିଳିବ ଆଶ୍ବସ୍ତି, ସୃଷ୍ଟି ହେଲା ଲଘୁଚାପ । ଗତକାଲିର ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ଦକ୍ଷିଣ ବଙ୍ଗୋପସାଗରର ମଧ୍ୟଭାଗରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହା ୮ ତାରିଖ ଯାଏଁ ଉତ୍ତରପଶ୍ଚିମ ଦିଗରେ ଗତିକରିବା ସହ, ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରୁ ପରବର୍ତୀ ୪୮ଘଣ୍ଟା ଯାଏଁ ସାମାନ୍ୟ ଉତ୍ତର ଆଡକୁ ଗତିକରିବା ସମ୍ଭାବନା ରହିଛି ।
ଫଳରେ କାଲି ୧୧ ତାରିଖ ପର୍ଯ୍ୟନ୍ତ ବର୍ଷା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ବର୍ଷା ନେଇ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏସବୁ ଜିଲ୍ଲାଗୁଡିକ ହେଉଛି ସୁନ୍ଦରଗଡ଼, ଦେବଗଡ଼, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ବାଲେଶ୍ବର, ଭଦ୍ରକ, କନ୍ଧମାଳ, ଗଞ୍ଜାମ, ରାୟଗଡ଼ା, ଗଜପତି, କୋରାପୁଟ ଓ ମାଲକାନଗିରି। ଏସବୁ ଜିଲ୍ଲାରେ ଘଡ଼ଘଡ଼ି ବିଜୁଳି ସହ ବର୍ଷା ନେଇ ଆକଳନ କରାଯାଇଛି ।
ଏହି ସମୟରେ ପବନର ବେଗ ୩୦ରୁ ୪୦ ଡିଗ୍ରୀ ରହିବ । ସେହିପରି ୯ ତାରିଖ ଦିନ ୧୯ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଢେଙ୍କାନାଳ, ଯାଜପୁର, କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଖୋର୍ଦ୍ଧା, ନୟାଗଡ଼, ପୁରୀ, ଗଞ୍ଜାମ, ରାୟଗଡ଼ା, ଗଜପତି, କୋରାପୁଟ, ନବରଙ୍ଗପୁର ଓ ମାଲକାନଗିରିରେ ବର୍ଷା ନେଇ ଆଲର୍ଟ କରାଯାଇଛି । ୧୦ ତାରିଖରେ ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଗତକାଲି ୪୦ ଡିଗ୍ରୀ ଉପରେ ରହିଥିଲା ୯ ସହର । ବୌଦ୍ଧ ୪୨ ଡିଗ୍ରୀ ସହ ରାଜ୍ୟରେ ସବୁଠୁ ଉତ୍ତପ୍ତ ସହର ପାଲଟିଛି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2024/11/27/2024-11-27t060618923z-rrrr.jpg)
/kanak/media/media_files/2025/04/07/x2la3m1p4cn4IInGwvQR.jpg)