କନକ ବ୍ୟୁରୋ : କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ । ପଶ୍ଚିମ କେନ୍ଦ୍ରୀୟ ଓ ତତ୍ ସଂଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ୨୪ ଘଣ୍ଟାରେ ଅଧିକ ଘନୀଭୂତ ହୋଇ ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ ହେବାର ସମ୍ଭାବନା ରହିଛି । ଫଳରେ ରାଜ୍ୟରେ ଆଜିଠୁ ୩ ଦିନ ଧରି ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ବିଶେଷ କରି ଦକ୍ଷିଣ ଓ ଉତ୍ତର ଓଡ଼ିଶାରେ ବର୍ଷାର ପ୍ରଭାବ ଅଧିକ ରହିବ । ଆଜି ମାଲକାନଗିରି ଓ କୋରାପୁଟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି ହୋଇଛି । ୧୪ ତାରିଖ ଅର୍ଥାତ ଆସନ୍ତାକାଲି କୋରାପୁଟ, ମାଲକାନଗିରରେ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ଆଲର୍ଟ ଥିବାବଳେ ଗଜପତି, ରାୟଗଡା, କଳାହାଣ୍ଡି ଓ ନବରଙ୍ଗପୁରରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୧୬ ତାରିଖ ପର୍ଯ୍ୟନ୍ତ  ପ୍ରବଳ ବର୍ଷା ଲାଗି ରହିବ । ୧୩ ରୁ ୧୬ ତାରିଖ ଯାଏ  ସମୁଦ୍ର ମଧ୍ୟକୁ ନଯିବାକୁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି ।