Rain odisha Photograph: (KanakNews)
କନକ ବ୍ୟୁରୋ : ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ । ଦୁଇ ଦିନ ଝଡତୋଫାନ, ବଜ୍ରପାତ ନେଇ ୮ ଜିଲ୍ଲାକୁ ପାଣିପାଗ ବିଭାଗର ସତକର୍ତା । ଆସନ୍ତାକାଲି ୮ ଜିଲ୍ଲା ଓ ୨୪ ତାରିଖ ୩ ଜିଲ୍ଲା ପାଇଁ ୟୋଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ମୁତାବକ, ବିଷୁବ ଭାରତ ମହାସାଗର ଓ ସଂଲଗ୍ନ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଉପରେ ଉପର ବାୟୁ ଘୂର୍ଣ୍ଣିବଳୟ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି ।
ଏହାର ପ୍ରଭାବରେ ଆସନ୍ତା ୪୮ ଘଣ୍ଟା ଅର୍ଥାତ୍ ରବିବାର ସୁଦ୍ଧା ସେହି ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରି ସେହି ଅଞ୍ଚଳରେ ଅଧିକ ସୁସ୍ପଷ୍ଟ ହେବ ଏହାର ପ୍ରଭାବରେ ଆସନ୍ତା ୨୩ ତାରିଖ ଦିନ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ଵର ଓ ଭଦ୍ରକ ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ୩୦ରୁ ୪୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି ।
ଅଧିକ ପଢନ୍ତୁ : ଆସୁଛି ଲଘୁଚାପ ବର୍ଷା ! ଧର୍ମଗଡ଼ରେ ମଣ୍ଡି ଖୋଲିବାରେ ବିଳମ୍ବ
ଏଣୁ ଏହିସବୁ ଜିଲ୍ଲା ପାଇଁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣି ଜାରି ହୋଇଛି । ୨୪ ତାରିଖ ଦିନ ମଧ୍ୟ ମୟୂରଭଞ୍ଜ, ଯାଜପୁର ଓ କଟକ ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ୩୦ରୁ ୪୦ କିମି ବେଗରେ ପବନ ବହିପାରେ । ଏହିସବୁ ଜିଲ୍ଲା ପାଇଁ ମଧ୍ୟ ୟେଲୋ ୱାର୍ଣ୍ଣି ଜାରି ହୋଇଛି । ଏହାପରେ ରାଜ୍ୟରେ ପାଗ ଶୁଖିଲା ରହିବ ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ୨ରୁ ୩ ଡିଗ୍ରି ପର୍ଯ୍ୟନ୍ତ ବୃଦ୍ଧି ଦେଖାଯିବ ।
Follow Us