କନକବ୍ୟୁରୋ: ଆସନ୍ତାକାଲି ପ୍ରବଳ ବର୍ଷା। ଭୀଷଣ ବର୍ଷା ନେଇ ୭ଟି ଜିଲ୍ଲାକୁ ରେଡ ଆଲର୍ଟ ଜାରି କରାଯାଇଛି। ପୁରୀ, ଜଗତସିଂପୁର, କଟକ, ଖୋର୍ଦ୍ଧା, ନୟାଗଡ଼, ଢେଙ୍କାନାଳ, ଅନୁଗୁଳ ଜିଲ୍ଲାରେ ୨୦୦ ମିଲିମିଟରରୁ ଅଧିକ ବର୍ଷା ସମ୍ଭାବନା। ପଶ୍ଚିମ କେନ୍ଦ୍ରୀୟ ସଂଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗର ରେ କେନ୍ଦ୍ରୀଭୂତ ସଦୃଶ ଲଘୁଚାପ ଅବପାତର ରୂପ ନେଇଛି। ବର୍ତ୍ତମାନ ଅବପାତଟି ଗୋପାଳପୁର ଠାରୁ ୨୬୦ କିଲୋମିଟର ପୂର୍ବ-ଦକ୍ଷିଣ-ପୂର୍ବରେ ରହିଛି। ପାରାଦୀପ ଠାରୁ ୨୯୦ କିମି ଦୂର ଦକ୍ଷିଣ-ଦକ୍ଷିଣ-ପୂର୍ବରେ ଅବପାତ ରହିଛି।
ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଉତ୍ତର ପଶ୍ଚିମ ଦିଗରେ ଗତିକରି ଗଭୀର ଅବପାତରେ ପରିଣତ ହେବ। ଉତ୍ତର ଓଡିଶା ଏବଂ ପଶ୍ଚିମବଙ୍ଗ ଉପକୂରେ ଗଭୀର ଅବପାତ ହେବ। ପରବର୍ତ୍ତୀ ଦୁଇ ଦିନ ମଧ୍ୟରେ ଗଭୀର ଅବପାତଟି ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗକୁ ଗତି କରି ଗାଙ୍ଗେଟିକ୍ ପଶ୍ଚିମବଙ୍ଗ, ଉତ୍ତର ଓଡ଼ିଶା, ଝାଡଖଣ୍ଡ ଦେଇ ଛତିଶଗଡ଼ ମୁହାଁ ହେବ। ଏଲା ପ୍ରଭାବରେ ୧୧ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଅତି ପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ବର୍ଷା ସମେତ ଘଣ୍ଟାପ୍ରତି ୪୦ ରୁ ୫୦ କିଲୋମିଟର ବେଗରେ ବହିବ ପବନ।
ଝଟକା ପବନ ଘଣ୍ଟାପ୍ରତି ୬୦ କିଲୋମିଟର ରହିପାରେ। ପ୍ରଭାବରେ ପାହାଡିଆ ଅଞ୍ଚଳରେ ଭୂସ୍ଖଳନ ସମ୍ଭାବନା ରହିଛି। ତଳିଆ ଅଞ୍ଚଳରେ ଆକସ୍ମିକ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇପାରେ। କଚ୍ଚା ଘର କଚ୍ଚା ରାସ୍ତା ପ୍ରଭାବିତ ହେବା ସହ ଗଛ ଡାଳ ଭାଙ୍ଗିବାର ସମ୍ଭାବନା ରହିଛି। ସେପଟେ, ଅବପାତ ପ୍ରଭାବରେ ଅଶାନ୍ତ ହେବ ସମୁଦ୍ର। ଏଥିପାଇଁ ଆସନ୍ତା ୧୧ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି। ଧାମରା, ପାରାଦୀପ, ପୁରୀ ଏବଂ ଗୋପାଳପୁର ପୋର୍ଟକୁ ୩ ନମ୍ବର ବିପଦ ସଂକେତ ଜାରି କରାଯାଇଛି।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/media_files/8Z7JPFi6Zp9qTTzXeTiL.jpg)