୨୭ ତାରିଖରୁ ବଙ୍ଗୋପସାଗରରେ ଲଘୁଚାପ, ୨୭ ଓ ୨୮ ଦୁଇଦିନ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗର ପୂର୍ବାନୁମାନ

ଏହା ପ୍ରଭାବରେ ୨୭ ଓ ୨୮ ଦୁଇଦିନ ରାଜ୍ୟରେ ଅଧିକ ବର୍ଷା ସତର୍କତା ଜାରି କରିଛି ପାଣିପାଗ ବିଭାଗ । ଦକ୍ଷିଣ ଓଡ଼ିଶାର ରାୟଗଡା, କୋରାପୁଟ ଓ ମାଲକାନଗିରିରେ ପ୍ରବଳ ବର୍ଷା ହୋଇପାରେ । ପାଣିପାଗ ବିଭାଗର ସୂଚନା ଅନୁସାରେ, ସଅଳ ମୌସୁମୀ ପାଇଁ ଏହି ଲଘୁଚାପ ସହାୟକ ହେବ । ଆଗାମୀ ୨ ରୁ ୩ ଦିନ ମଧ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ କେରଳ ଉପକୂଳ ଛୁଇଁବ ।

sfdgsdfdfdfd

କନକ ବ୍ୟୁରୋ: ୨୭ରେ ଆସୁଛି ଲଘୁଚାପ। ୨୭ ତାରିଖ ବେଳକୁ ପଶ୍ଚିମ କେନ୍ଦ୍ରୀୟ ଓ ଏହାର ପାର୍ଶ୍ବବର୍ତ୍ତୀ ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହା ପ୍ରଭାବରେ ୨୭ ଓ ୨୮ ଦୁଇଦିନ ରାଜ୍ୟରେ ଅଧିକ ବର୍ଷା ସତର୍କତା ଜାରି କରିଛି ପାଣିପାଗ ବିଭାଗ । ଦକ୍ଷିଣ ଓଡ଼ିଶାର ରାୟଗଡା, କୋରାପୁଟ ଓ ମାଲକାନଗିରିରେ ପ୍ରବଳ ବର୍ଷା ହୋଇପାରେ । ପାଣିପାଗ ବିଭାଗର ସୂଚନା ଅନୁସାରେ, ସଅଳ ମୌସୁମୀ ପାଇଁ ଏହି ଲଘୁଚାପ ସହାୟକ ହେବ । ଆଗାମୀ ୨ ରୁ ୩ ଦିନ ମଧ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ କେରଳ ଉପକୂଳ ଛୁଇଁବ । ଏପରିକି ନିର୍ଦ୍ଧାରିତ ସମୟ ପୂର୍ବରୁ ମୌସୁମୀ ଓଡ଼ିଶା ଛୁଇଁପାରେ ବୋଲି ଆକଳନ କରିଛି ପାଣିପାଗ ବିଭାଗ । ବିଭିନ୍ନ ଜିଲ୍ଲାରେ ଗତକାଲିଠୁ ପ୍ରାକ-ମୌସୁମୀ ବର୍ଷା ଆରମ୍ଭ ହୋଇଛି । ଆସନ୍ତା ୭ ଦିନ ଯାଏ ରାଜ୍ୟରେ ଲାଗିରହିବ ବର୍ଷା । ଆଜି ୧୩ଟି ଜିଲ୍ଲାରେ ବଜ୍ରପାତ ସହ ଘଣ୍ଟା ପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବା ନେଇ ୟେଲୋ ୱାର୍ଣ୍ଣିଙ୍ଗ ଜାରି ହୋଇଛି । 
 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe