କନକ ବ୍ୟୁରୋ: ବଙ୍ଗୋପସାଗରରେ ସୁଦୃଶ୍ୟ ଲଘୁଚାପ ସମୁଦ୍ର ଭିତରେ ଆହୁରି ଘନୀଭୂତ ହୋଇ ଅବପାତର ରୁପ ନେଇପାରେ । ଏହାର ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷାର ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ସେପ୍ଟେମ୍ବର ୨ ତାରିଖ ଯାଏଁ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । 

ସତର୍କତାମୂଳକ ପଦେକ୍ଷପ ନେବାକୁ ସଂପୃକ୍ତ ଜିଲ୍ଲାର ଜିଲ୍ଲାପାଳଙ୍କୁ ଚିଠି ଲେଖିଛନ୍ତି ଏସଆରସି । ଆଜି ଗଜପତି, କୋରାପୁଟ, ରାୟଗଡ଼ା, ମାଲକାନଗିରି ଓ ନବରଙ୍ଗପୁରରେ ୭୦ରୁ ୨୦୦ ମିଲିମିଟର ବର୍ଷା ହେବା ସମ୍ଭାବନା ରହିଛି । ପାହାଡ଼ିଆ ଅଞ୍ଚଳରେ ଭୂସ୍ଖଳନର ଆଶଙ୍କା ରହିଛି । ପ୍ରବଳରୁ ଅତି ପ୍ରବଳ ବର୍ଷା ଆଶଙ୍କା ଥିବାରୁ ଏସବୁ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ସେହିପରି ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ ଓ ଗଞ୍ଜାମ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ସେପ୍ଟେମ୍ୱର ୧ ତାରିଖରେ ମଧ୍ୟ ଦକ୍ଷିଣ ଓଡ଼ିଶାର ଅନେକ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ ।