କନକବ୍ୟୁରୋ : ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଧିରେ ଧିରେ ଦୁର୍ବଳ ହେବାରେ ଲାଗିଛି । ଆଜି ଅପରାହ୍ନ ବେଳକୁ ଏହା ଆହୁରି ଦୁର୍ବଳ ହେବ। ଫଳରେ ବର୍ଷାର ପ୍ରଭାବ କମିବ । ଲଗାତର ଅଦିନିଆ ବର୍ଷାରେ ବେହାଲ ହୋଇଛି ଓଡ଼ିଶା । ଉପକୂଳରୁ ଆଭ୍ୟନ୍ତରୀଣ ଓଡ଼ିଶା ଯାଏଁ ସବୁଠି ବର୍ଷା ଲାଗି ରହିଛି । ଆଜି ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ହାଲୁକା ବର୍ଷା ସମ୍ଭାବନା ରହିଛି ।
ହେଲେ ଆସନ୍ତାକାଲି ସଂଧ୍ୟା କିମ୍ବା ୨୮ ତାରିଖରେ ଉତ୍ତର ଓ ପଶ୍ଚିମ ଓଡ଼ିଶାରେ ବର୍ଷା ହୋଇପାରେ । ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର, ଯାଜପୁର, ସୋନପୁର, ବଲାଙ୍ଗୀର, ସମ୍ବଲପୁର, ବରଗଡ଼ ଆଦି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ଏପରିକି କିଛି ସ୍ଥାନରେ ଘଡ଼ଘଡ଼ି ବର୍ଷା ହୋଇପାରେ। ଏହା ସହ ଅନେକ ସ୍ଥାନରେ ପାଗ ମେଘୁଆ ରହିପାରେ ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/12/17/2025-12-17t081934795z-rashu-2025-12-17-13-49-35.jpg)
/kanak/media/media_files/2024/12/26/f5cB0ACcEbokqNXxXat6.jpg)