କନକ ବ୍ୟୁରୋ : ଆଗାମୀ ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗକୁ ଗତି କରିବା ସହିତ ପରବର୍ତ୍ତୀ ୪୮ ଘଣ୍ଟା ମଧ୍ୟରେ ଦକ୍ଷିଣ ବଙ୍ଗୋପସାଗର କେନ୍ଦ୍ରୀୟ ଅଂଶ ଓ ନିକଟବର୍ତ୍ତୀ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଅବପାତର ରୂପ ନେବାର ସମ୍ଭାବନା ରହିଛି । ଯାହାଫଳରେ ରାଜ୍ୟରେ ଆଗାମୀ ୫-୭ ଦିନ ରହିବ ବର୍ଷା । ବିଜୁଳି, ଘଡଘଡି ଓ ଝଟକା ପବନ ପାଇଁ ଚାଷୀଙ୍କୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କ କରାଯାଇଛି ।
ଗତ ୨୪ ଘଣ୍ଟାରେ କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ରେକର୍ଡ ହୋଇଛି । ସର୍ବାଧିକ କେନ୍ଦୁଝର ଜିଲ୍ଲାର ସୋମପାଟଣାଠାରେ ୭୯ ମିଲିମିଟର ବର୍ଷା ରେକର୍ଡ ହୋଇଛି । ଆଗାମୀ ୨୪ ଘଣ୍ଟାରେ ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା ଜିଲ୍ଲାର କିଛି କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା ଅନୁଭୂତ ହେବାର ସମ୍ଭାବନା ରହିଛି । ଏହାସହ ବିଜୁଳି, ଘଡଘଡି ଓ ଝଟକା ପବନ ଘଣ୍ଟା ପ୍ରତି ୩୦-୪୦ କିଲୋମିଟର ବେଗରେ ହେବାର ସମ୍ଭାବନା ରହିଛି । କେନ୍ଦୁଝର, ମୟୁରଭଞ୍ଜ, ଢେଙ୍କାନାଳ, ଅନୁଗୁଳ, ନୟାଗଡ଼, କନ୍ଧମାଳ, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ଏସବୁ ଜିଲ୍ଲାରେ ଘଡଘଡି ବିଜୁଳି ସହ ବର୍ଷା ଅନୁଭୂତ ହୋଇପାରେ ।
ସ୍ୱାମୀ ଜେଲରେ, ଏପଟେ ଗଡ ଜିତିଲେ ସ୍ତ୍ରୀ, ପ୍ରସଙ୍ଗକୁ ଢାଲ କରି ଜିତିଲେ ନିର୍ବାଚନ ଯୁଦ୍ଧ
ଆସନ୍ତାକାଲି ଦକ୍ଷିଣ ଓଡିଶାର କିଛି ଜିଲ୍ଲାରେ ହାଲୁକା ବର୍ଷା ହେବ ସହ ଆସନ୍ତା ୨୨ ଓ ୨୩ ତାରିଖରେ ଉପକୂଳବର୍ତ୍ତି ଓ ଦକ୍ଷିଣ ଆଭ୍ୟନ୍ତରୀଣ ଜିଲ୍ଲା ଗୁଡିକରେ ବର୍ଷାହେବା ନେଇ ଆକଳନ କରିଛି ପାଣିପାଗ ବିଭାଗ । ୨୪ ତାରିଖ ବେଳକୁ ବର୍ଷା ବଢିବା ସମ୍ଭାବନା ରହିଛି । ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନି ଲଘୁଚାପ କ୍ଷେତ୍ର । ଏପର୍ଯ୍ୟନ୍ତ ରାଜ୍ୟରେ ବାତ୍ୟାର କୌଣସି ସୂଚନା ଆଇଏମଡି ପକ୍ଷରୁ ଦିଆଯାଇନାହିଁ ।