୨୯ରେ ଆଉ ଏକ ଲଘୁଚାପ; ୩ ଦିନ ଯାଏ ପ୍ରବଳ ବର୍ଷିବ !

ଆଜିଠୁ ସାରା ରାଜ୍ୟରେ ଲାଗି ରହିବ ବର୍ଷା । ୨୯ରେ ସୃଷ୍ଟି ହେବ ଆଉ ଏକ ଲଘୁଚାପ । ପ୍ରଭାବରେ ୩୧ ତାରିଖ ପର୍ଯ୍ୟନ୍ତ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷାର ସମ୍ଭାବନା । ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ ।

Rainfall

କନକ ବ୍ୟୁରୋ : ଆଜିଠୁ ରାଜ୍ୟରେ ବଢ଼ିବ ବର୍ଷାର ପରିମାଣ। ୩୧ ତାରିଖ ପର୍ୟ୍ୟନ୍ତ ରାଜ୍ୟର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି। ବର୍ତ୍ତମାନ ଉତ୍ତର ପଶ୍ଚିମ ଝାଡ଼ଖଣ୍ଡ ଉପରେ ରହିଛି ଲଘୁଚାପ। କ୍ରମଶଃ ଏହା ପଶ୍ଚିମ ଉତ୍ତର ପଶ୍ଚିମ ଦିଗକୁ ଗତି କରିବ। ଏହା ପ୍ରଭାବରେ ରାଜ୍ୟରେ ବର୍ଷା ବଢିବ।

ଆଜି ପାଇଁ କେନ୍ଦୁଝର, ମୟୂରଭଞ୍ଜ, କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଜପତି ଓ ଗଞ୍ଜାମରେ ପ୍ରବଳ ବର୍ଷା ହୋଇପାରେ। କିଛି ସ୍ଥାନରେ ୭୦ରୁ ୧୧୦ ମିଲିମିଟର ପର୍ୟ୍ୟନ୍ତ ବର୍ଷା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ସେହିପରି ଆସନ୍ତାକାଲି ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବ। ଯାହା ଉତ୍ତର ପଶ୍ଚିମ ଦିଗରେ ଗତି କରିବ।

ଦୁଇ ଦୁଇଟି ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଲଘୁଚାପ ପ୍ରଭାବରେ ସମୁଦ୍ର ଅଶାନ୍ତ ଥିବାରୁ ୩୦ ଓ ୩୧ ତାରିଖ ଦିନ ମତ୍ସଜୀବୀଙ୍କୁ ସୁମଦ୍ରକୁ ନ ଯିବାକୁ ପରାମର୍ଶ ଦିଆଯାଇଛି । ଯେଉଁ ମତ୍ସ୍ୟଜୀବୀମାନେ ସମୁଦ୍ରକୁ ଯାଇଛନ୍ତି ସେମାନଙ୍କୁ ୨୯ ତାରିଖ ସୁଦ୍ଧା ଫେରି ଆସିବାକୁ ସୂଚନା ଜାରି କରାଯାଇଛି ।

ସେପଟେ ବାରିପଦାରେ ପ୍ରବଳ ବର୍ଷା ରେକର୍ଡ କରାଯାଇଛି। ବର୍ଷା ପ୍ରଭାବରେ ବିଭିନ୍ନ ସ୍ଥାନରେ ପାଣି ଜମିଥିବା ବେଳେ ଲୋକଙ୍କୁ ନାହିଁ ନଥିବା ସମସ୍ୟା ହେଉଛି। ଆଜି ମଧ୍ୟ ମୟୂରଭଞ୍ଜ ଜିଲ୍ଲା ପାଇଁ ପ୍ରବଳ ବର୍ଷା ନେଇ ୱାର୍ଣ୍ଣିଂ ଜାରି ହୋଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe