କନକ ବ୍ୟୁରୋ : ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ଆଜି ସାରା ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି । ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହୋଇପାରେ । କୋରାପୁଟ, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ପ୍ରବଳ ବଷା ସମ୍ଭାବନା ରହିଛି । ଏହା ସହ ରାଜ୍ୟର ଅନେକ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଏହା ସହ ଆସନ୍ତାକାଲି ମଧ୍ୟ ଉପକୂଳ ଓ ପଶ୍ଚିମ ଓଡ଼ିଶାର ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ୧୬ ତାରିଖ ପର୍ଯ୍ୟନ୍ତ  ବର୍ଷା ହେବା ନେଇ ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛି ।