କନକ ବ୍ୟୁରୋ : ଖୋଲିଲା ହୀରାକୁଦ ଡ୍ୟାମର ଆଉ ୪ଟି ଗେଟ୍ । ୧୨ଟି ଗେଟ ଦେଇ ବନ୍ୟାଜଳ ନିଷ୍କାସନ ହେଉଛି । ବାମ ପାର୍ଶ୍ୱର ୮ ଓ ଡାହାଣ ପାର୍ଶ୍ଵର ୪ଟି ଗେଟ୍ ଖୋଲା ରହିଛି । ଜଳଭଣ୍ଡାରର ଜଳସ୍ତର ୬୨୯ ଦଶମିକ ୯୭ ଫୁଟ ରହିଛି । ୨ ଲକ୍ଷ ୫ ହଜାର ୪୨୬ କ୍ୟୁସେକ ଜଳ ଡ୍ୟାମକୁ ପ୍ରବେଶ କରୁଥିବା ବେଳେ ୧ ଲକ୍ଷ ୬୭ ହଜାର ୩୦୭ କ୍ୟୁସେକ ଜଳ ନିଷ୍କାସିତ ହେଉଛି । ଅନ୍ୟପଟେ ସମ୍ବଲପୁରରେ ପ୍ରବଳ ବର୍ଷା ଯୋଗୁଁ ତଳିଆ ଅଂଚଳରେ ପାଣି ଜମିଛି । ଜଗନ୍ନାଥ କଲୋନୀ ରାସ୍ତାରେ ପାଣି ଲହଡି ଭାଙ୍ଗୁଛି । ସାକ୍ଷୀପଡାରୁ ଜଗନ୍ନାଥ କଲୋନୀ ସଂଯୋଗ କରୁଥିବା ଅଣ୍ଡରପାସରେ ମଧ୍ୟ ଆଣ୍ଠୁଏ ଉଚ୍ଚର ପାଣି ଜମିଛି । ଯଦି ବର୍ଷା ଲାଗିରହେ ବିଭିନ୍ନ ଘରକୁ ପାଣି ପଶିବାର ଆଶଙ୍କା କରାଯାଉଛି । ସେହିପରି ଦାନୀପାଲି ଅଂଚଳରେ ମଧ୍ୟ ସମାନ ସ୍ଥିତି । ଡ୍ରେନେଜ ବ୍ୟବସ୍ଥା ଠିକ୍ ନଥିବାରୁ ଗୋଟିଏ ଦିନର ବର୍ଷାରେ ବେହାଲ ହୋଇପଡ଼ିଛି ସମ୍ବଲପୁର ସହର । ହୀରାକୁଦର ୧୨ଟି ଗେଟ୍ ଖୋଲାଥିବାରୁ ନଦୀ ମଧ୍ୟ ଫୁଲିବାରେ ଲାଗିଛି
ବଙ୍ଗୋପସାଗରରେ ଲଘୁଚାପର ପ୍ରଭାବ, ଆସନ୍ତା ୨୮ ଯାଏ ପ୍ରବଳ ବର୍ଷା ସମ୍ଭାବନା, ଜଳସ୍ତର ବଢ଼ୁଥିବାରୁ ହୀରାକୁଦରେ ଖୋଲିଲା ଆଉ ୪ଟି ଗେଟ୍
୨ ଲକ୍ଷ ୫ ହଜାର ୪୨୬ କ୍ୟୁସେକ ଜଳ ଡ୍ୟାମକୁ ପ୍ରବେଶ କରୁଥିବା ବେଳେ ୧ ଲକ୍ଷ ୬୭ ହଜାର ୩୦୭ କ୍ୟୁସେକ ଜଳ ନିଷ୍କାସିତ ହେଉଛି । ଅନ୍ୟପଟେ ସମ୍ବଲପୁରରେ ପ୍ରବଳ ବର୍ଷା ଯୋଗୁଁ ତଳିଆ ଅଂଚଳରେ ପାଣି ଜମିଛି । ଜଗନ୍ନାଥ କଲୋନୀ ରାସ୍ତାରେ ପାଣି ଲହଡି ଭାଙ୍ଗୁଛି ।
/kanak/media/media_files/2025/09/24/12-2025-09-24-08-15-12.jpg)