ଆଜି ଦୁଇ ଜିଲ୍ଲାକୁ ରେଡ୍ ଆଲର୍ଟ, ସକ୍ରିୟ ରହିଛି ଲଘୁଚାପ

Advertisment

ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ବର୍ଷା ଜାରି । ଆଜି ଦୁଇ ଜିଲ୍ଲାକୁ ରେଡ୍ ଆଲର୍ଟ । କେନ୍ଦୁଝର, ମୟୁରଭଞ୍ଜ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ବିଜୁଳି ଘଡ଼ଘଡ଼ି ନେଇ ସତର୍କତା । ଅନ୍ୟ ୧୦ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା । ୨୮ ଯାଏଁ ଲାଗିରହିବ ବର୍ଷା ।  

1-Weather Update

କନକ ବ୍ୟୁରୋ: ଉତ୍ତରବଙ୍ଗୋପସାଗରରେ ସକ୍ରିୟ ରହିଛି ଲଘୁଚାପ କ୍ଷେତ୍ର । ଏହା ଆଜି ଆହୁରି ଘନୀଭୂତ ହୋଇ ଗୋଟିଏ ସ୍ପଷ୍ଟଚିହ୍ନିତ ଲଘୁଚାପ କ୍ଷେତ୍ରର ରୂପ ନେବ ଲଘୁଚାପ । ଏହାପରେ ପଶ୍ଚିମ ଉତ୍ତର ପଶ୍ଚିମ ଦିଗରେ ଗତିକରି  ଉତ୍ତର ଓଡିଶା ଓ ପଶ୍ଚିମବଙ୍ଗ ଉପକୂଳ ମୁହାଁ ହେବା ସମ୍ଭାବନା ରହିଛି । ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ପ୍ରବଳ ବର୍ଷା ଜାରି ରହିଛି । ଆଜି ପାଇଁ କେନ୍ଦୁଝର, ମୟୂରଭଞ୍ଜକୁ ରେଡ଼ ଆଲର୍ଟ ଜାରି ହୋଇଛି । ଏହି ଦୁଇ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସହ ବ୍ରଜପାତ ହେବାର ସମ୍ଭାବନା ରହିଛି । ବାଲେଶ୍ୱର, ଭଦ୍ରକ, ଯାଜପୁର, ଢେଙ୍କାନାଳ, ଅନୁଗୁଳ, ଦେଓଗଡ଼, ସମ୍ବଲପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା ଓ ବରଗଡ଼କୁ ଅରେଞ୍ଜ ଆଲର୍ଟ ଜାରି ହୋଇଛି । ଏହି ୧୦ ଜିଲ୍ଲାର କିଛି କିଛି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିପାରେ । ୨୮ ତାରିଖ ଯାଏଁ ରାଜ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ଥିବା ବେଳେ କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ ।  

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe