କନକ ବ୍ୟୁରୋ : ରାଜ୍ୟରେ ଲଘୁଚାପ ଜନିତ ବର୍ଷା ଜାରି ରହିଛି । ଆସନ୍ତା ୨୪ ଘଣ୍ଟାରେ ସୁନ୍ଦରଗଡ଼ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ନେଇ ସମ୍ଭାବନା ରହିଛି । ଆସନ୍ତା ୨୪ ଘଣ୍ଚା ପାଇଁ ସୁନ୍ଦରଗଡ଼ ଜିଲ୍ଲାରୁ ରେଡ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ସେହିପରି ଝାରସୁଗୁଡ଼ା, ସମ୍ୱଲପୁର, କେନ୍ଦୁଝର, ମୟୂରଭଞ୍ଜ ଏହି ୪ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ଏହି ଚାରୋଟି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ, ୪ ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଆସନ୍ତାକାଲି ସକାଳ ସାଢ଼େ ୮ଟା ଯାଏଁ ୨୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ତେବେ ଆସନ୍ତାକାଲିଠୁ ବର୍ଷାର ପରିମାଣ କମିବ ବୋଲି ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆସନ୍ତା ୨୫ ତାରିଖରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।
ଲଗାଣ ବର୍ଷାରେ ବେହାଲ ସୁନ୍ଦରଗଡ଼ । ଜିଲ୍ଲାର ଦର୍ଲିପାଲି, ଏମସିଏଲ ସହିତ ହେମଗିରି ବିଲେଇମୁଣ୍ଡା ଅଞ୍ଚଳର ଅନେକ ଗାଁ ପାଣି ଘେରରେ । ଘର, ଦୋକାନଘର ସବୁଠି ଲହଡ଼ି ଭାଙ୍ଗିଛି ବର୍ଷାପାଣି । ଲଗାଣ ବର୍ଷା ଯୋଗୁଁ ଏମସିଏଲ ବସୁନ୍ଧରା ଅଞ୍ଚଳର ଦୋକାନ ଘରେ ପାଣି ପଶିଛି । ଅନେକ ସ୍ଥାନରେ ପୋଲ ଉପରେ ବନ୍ୟାପାଣି ପ୍ରବାହିତ ହେଉଛି । ସୁନ୍ଦରଗଡ଼ ଜିଲ୍ଲାରେ ଗତ ୨୪ ଘଣ୍ଟା ମଧ୍ୟରେ ୫୧୧ ମିଲିମିଟର ବର୍ଷା ରେକର୍ଡ କରାଯାଇଛି । ସୁନ୍ଦରଗଡ଼ ହେମଗିରି ବରପାଲି ଅଞ୍ଚଳରେ ପ୍ରବଳ ବର୍ଷା ଯୋଗୁଁ ବରପାଲି ପୋଲ ଉପରେ ଚାଲୁଛି ପାଣି ।
ରାଜ୍ୟର ବିଭିନ୍ନ ସ୍ଥାନରେ ଜାରି ରହିଛି ଲଘୁଚାପ ଜନିତ ବର୍ଷା : ୨୪ ଘଣ୍ଟା ପାଇଁ ସୁନ୍ଦରଗଡ଼କୁ ରେଡ ୱାର୍ଣ୍ଣିଂ
ଆସନ୍ତାକାଲି ସକାଳ ସାଢ଼େ ୮ଟା ଯାଏଁ ୨୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ତେବେ ଆସନ୍ତାକାଲିଠୁ ବର୍ଷାର ପରିମାଣ କମିବ ବୋଲି ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆସନ୍ତା ୨୫ ତାରିଖରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।
/kanak/media/media_files/2025/08/22/red-alert-2025-08-22-16-03-17.jpg)