କନକ ବ୍ୟୁରୋ : ବଙ୍ଗୋପସାଗରରେ ସ୍ପଷ୍ଟ ଚିହ୍ନିତ ଲଘୁଚାପ ଆଜ ନେବ ଅବପାତର ରୂପ । ଆସନ୍ତାକାଲି ହୋଇପାରେ ଗଭୀର ଅବପାତ । ଆହୁରି ଘନିଭୁତ ହୋଇ ୨୭ରେ ବାତ୍ୟାର ରୂପ ନେବା ସମ୍ଭାବନା ରହିଛି । ତେବେ କେଉଁଠି ଅତିକ୍ରମ କରିବ, କେତେ ବେଗରେ ମାଡ ହେବ, ଆଜି ସ୍ପଷ୍ଟ କରିବ ଆଇଏମଡି । ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ପାଣିପାଗ ବିଭାଗର ଆକଳନ ଅନୁସାରେ ମାସ ଶେଷ ବେଳକୁ ପୁଣି ଥରେ ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଯାଉଛି ଆଉ ଏକ ବାତ୍ୟା ‘ମୋନ୍ଥା’। ଏହାର ତୀବ୍ରତା କେତେ ରହିବ? କେଉଁଠି ସ୍ଥଳଭାଗ ଅତିକ୍ରମ କରିବ ? ତାହା ସ୍ପଷ୍ଟ ହୋଇନଥିଲେ ବି ୨୭ରେ ବାତ୍ୟାର ରୂପ ନେଇପାରେ ବୋଲି ଆକଳନ କରିଛି ଆଇଏମଡି । ଏହାର ପ୍ରଭାବରେ ଓଡ଼ିଶାରେ ବଡ ବର୍ଷାର ସମ୍ଭାବନା ରହିଛି । ୨୬ ତାରିଖ ସକାଳୁ ଗଭୀର ଅବପାତରେ ପରିଣତ ହେବ । ଯାହା ଆସନ୍ତା ୨୭ ତାରିଖ ସକାଳୁ ବାତ୍ୟାର ରୂପ ନେବ । ତାପରେ ବଳ ଗୋଟାଇ ଉପକୂଳ ମୁହାଁ ହେବ ବାତ୍ୟା । ପାଣିପାଗ ସଂସ୍ଥା ୱିଣ୍ଡିର ଆକଳନ ଅନୁସାରେ ବଙ୍ଗୋପସାଗରେ ସୃଷ୍ଟ ଲଘୁଚାପ ବାତ୍ୟାର ରୂପ ନେବା ପରେ ୨୮ ତାରିଖ ବେଳକୁ ସ୍ଥଳଭାଗ ଅତିକ୍ରମ କରିପାରେ । ଆନ୍ଧ୍ର ପ୍ରଦେଶର ବିଶାଖପାଟଣା ନିକଟ ଦେଇ ଅତିକ୍ରମ କରିପାରେ ଉପକୂଳ ।
ଅଧିକ ପଢ଼ନ୍ତୁ..ଦିଦିଙ୍କୁ ହାତ ପତାଇବେନି ବୋଲି... ଆଳୁ ଚାଷ କରିବେ ମୋହନ ସରକାର...
ସେପଟେ, ସମ୍ଭାବ୍ୟ ବାତ୍ୟାକୁ ନେଇ ଜଳସଂପଦ ବିଭାଗର ପ୍ରସ୍ତୁତି ବୈଠକ ବସିସାରିଛି । ଲୋକସେବା ଭବନ ସମ୍ମିଳନୀ କକ୍ଷରେ ସମ୍ଭାବ୍ୟ ବାତ୍ୟା ଜନିତ ବର୍ଷାକୁ ଆଖିରେ ରଖି ରାଜ୍ୟ ଜଳ ସଂପଦ ବିଭାଗ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ଉନ୍ନୟନ କମିସନର ତଥା ମୁଖ୍ୟ ଶାସନ ସଚିବ ସ୍ଥିତି ସମୀକ୍ଷା କରିଛନ୍ତି । ରାଜ୍ୟର ବିଭିନ୍ନ ଅବବାହିକାରେ ଥିବା ଜଳଭଣ୍ଡାରର ସ୍ଥିତି ଅନୁଧ୍ୟାନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟ ଶାସନ ସଚିବ । ସ୍ଥିତିକୁ ଦେଖି ବିଭାଗ ତଥା କ୍ଷେତ୍ରସ୍ତରରେ ଥିବା ସମସ୍ତ ଅଧିକାରୀ ଓ ଯନ୍ତ୍ରିମାନଙ୍କ ସତର୍କ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି । ପ୍ରସ୍ତୁତି ବୈଠକରେ ଜଳ ସଂପଦ ବିଭାଗର ବରିଷ୍ଠ ଯନ୍ତ୍ରୀଙ୍କ ସମେତ ବିଭାଗର ଉଚ୍ଚଅଧିକାରୀ ଉପସ୍ଥିତ ରହିଥିଲେ ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/02/11/2025-02-11t080152817z.jpg)
/kanak/media/media_files/2025/10/25/cyclone-update-2025-10-25-10-31-49.jpg)