କନକ ବ୍ୟୁରୋ: ଅକ୍ଟୋବର ୨୦ ତାରିଖରେ ଉତ୍ତର ଆଣ୍ଡାମାନ ସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ୨୨ ତାରିଖରେ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ । ପରବର୍ତ୍ତୀ ସମୟରେ ଲଘୁଚାପଟି ଉତ୍ତର ପଶ୍ଚିମ ଦିଗରେ ଗତି କରି ଅଧିକ ଘନୀଭୂତ ହେବ । ଯେହେତୁ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାକୁ ଅଧିକ ଦିନ ବାକି ଅଛି, ତେଣୁ ବାତ୍ୟା ସୃଷ୍ଟି ହେବା ନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ କୌଣସି ସ୍ପଷ୍ଟ ଚିତ୍ର ଆସିନାହିଁ । ଲଘୁଚାପ ହେବା ପରେ ବାତ୍ୟା ହେବ ନା ନାହିଁ, ଏହାର ଗତିପଥ କଣ ରହିବ ସେ ଉପରେ ପୂର୍ବାନୁମାନ କରାଯିବ ବୋଲି ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି । ଆଗାମୀ ୫ ଦିନ ଯାଏଁ ରାଜ୍ୟରେ ବର୍ଷା ନାହିଁ । ୨୩ ତାରିଖ ବେଳକୁ କିଛି ଜାଗାରେ ବିଜୁଳି ଘଡଘଡି ସହ ବର୍ଷା ହେଇପାରେ ବୋଲି ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ସୂଚନା ଦେଇଛନ୍ତି ।
୨୦ରେ ଉତ୍ତର ଆଣ୍ଡାମାନ ସାଗରରେ ଘୂର୍ଣ୍ଣିବଳୟ ସମ୍ଭାବନା: ୨୨ରେ ସୃଷ୍ଟି ହୋଇପାରେ ଲଘୁଚାପ କ୍ଷେତ୍ର
ଅକ୍ଟୋବର ୨୦ ତାରିଖରେ ଉତ୍ତର ଆଣ୍ଡାମାନ ସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ୨୨ ତାରିଖରେ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ।