୨୦ରେ ଉତ୍ତର ଆଣ୍ଡାମାନ ସାଗରରେ ଘୂର୍ଣ୍ଣିବଳୟ ସମ୍ଭାବନା: ୨୨ରେ ସୃଷ୍ଟି ହୋଇପାରେ ଲଘୁଚାପ କ୍ଷେତ୍ର

Advertisment

ଅକ୍ଟୋବର ୨୦ ତାରିଖରେ ଉତ୍ତର ଆଣ୍ଡାମାନ ସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ୨୨ ତାରିଖରେ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ।

ଅକ୍ଟୋବର ୨୦ ତାରିଖରେ ଉତ୍ତର ଆଣ୍ଡାମାନ ସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ୨୨ ତାରିଖରେ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ।

wdw

କନକ ବ୍ୟୁରୋ: ଅକ୍ଟୋବର ୨୦ ତାରିଖରେ ଉତ୍ତର ଆଣ୍ଡାମାନ ସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ୨୨ ତାରିଖରେ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ । ପରବର୍ତ୍ତୀ ସମୟରେ ଲଘୁଚାପଟି ଉତ୍ତର ପଶ୍ଚିମ ଦିଗରେ ଗତି କରି ଅଧିକ ଘନୀଭୂତ ହେବ । ଯେହେତୁ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାକୁ ଅଧିକ ଦିନ ବାକି ଅଛି, ତେଣୁ ବାତ୍ୟା ସୃଷ୍ଟି ହେବା ନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ କୌଣସି  ସ୍ପଷ୍ଟ ଚିତ୍ର ଆସିନାହିଁ । ଲଘୁଚାପ ହେବା ପରେ ବାତ୍ୟା ହେବ ନା ନାହିଁ, ଏହାର ଗତିପଥ କଣ ରହିବ ସେ ଉପରେ ପୂର୍ବାନୁମାନ କରାଯିବ ବୋଲି ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି । ଆଗାମୀ ୫ ଦିନ ଯାଏଁ ରାଜ୍ୟରେ ବର୍ଷା ନାହିଁ । ୨୩ ତାରିଖ ବେଳକୁ କିଛି ଜାଗାରେ ବିଜୁଳି ଘଡଘଡି ସହ ବର୍ଷା ହେଇପାରେ ବୋଲି ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ସୂଚନା ଦେଇଛନ୍ତି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe