ଡିସେମ୍ବର ୩୧ରେ ମାଧୋ ସିଂ ହାତ ଖର୍ଚ୍ଚ ଯୋଜନା ; ବରଗଡରୁ ହେବ ଶୁଭାରମ୍ଭ

ଅନସୂଚିତ ଜାତି ଓ ଜନଜାତି ଛାତ୍ରଛାତ୍ରୀଙ୍କ ଶିକ୍ଷା ଉଦ୍ଦେଶ୍ୟରେ ଆରମ୍ଭ ହେବାକୁ  ଥିବା ମାଧୋ ସିଂ ହାତ ଖର୍ଚ୍ଚ ଯୋଜନା ଡିସେମ୍ବର ୩୧ରୁ ଆରମ୍ଭ ହେବ। ଏହା ମାଧୋ ସିଂଙ୍କ ସହିଦ ଦିବସରେ ତାଙ୍କ ଜନ୍ମସ୍ଥାନ ବରଗଡରୁ ଆରମ୍ଭ ହେବ ବୋଲି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। 

madhoକ

କନକ ବ୍ୟୁରୋ: ଅନସୂଚିତ ଜାତି ଓ ଜନଜାତି ଛାତ୍ରଛାତ୍ରୀଙ୍କ ଶିକ୍ଷା ଉଦ୍ଦେଶ୍ୟରେ ଆରମ୍ଭ ହେବାକୁ  ଥିବା ମାଧୋ ସିଂ ହାତ ଖର୍ଚ୍ଚ ଯୋଜନା ଡିସେମ୍ବର ୩୧ରୁ ଆରମ୍ଭ ହେବ। ଏହା ମାଧୋ ସିଂଙ୍କ ସହିଦ ଦିବସରେ ତାଙ୍କ ଜନ୍ମସ୍ଥାନ ବରଗଡରୁ ଆରମ୍ଭ ହେବ ବୋଲି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। 
 
ଏହି ଯୋଜନାରେ ଉପକୃତ ହେବେ ୩ ଲକ୍ଷ ଅନୁସୂଚିତ ଜାତି ଓ ଜନଜାତି ଛାତ୍ରଛାତ୍ରୀ ।  । ଏହି ଯୋଜନାରେ ନବମ ଓ ଏକାଦଶ ଛାତ୍ରଛାତ୍ରୀଙ୍କୁ ବାର୍ଷିକ ମିଳିବ ୫ହଜାର ଟଙ୍କାର ଆର୍ଥିକ ସହାୟତା । ଏହି ଯୋଜନା ପାଇଁ ୧୫୬ କୋଟି ଟଙ୍କା ଅଧିକ ଖର୍ଚ୍ଚ ହେବ । ସରକାରଙ୍କ ଏପରି ଯୋଜନାରେ ଅନୁସୂଚିତ ଜାତି ଓ ଜନଜାତି ଛାତ୍ରଛାତ୍ରୀଙ୍କ ଡ୍ରପଆଉଟ ରୋକାଯାଇପାରିବ ବୋଲି ଆଶା ବ୍ୟକ୍ତ କରିଛନ୍ତି ସରକାର। 

ବିଶେଷକରି ବିଚ୍ଛିନ୍ନାଞ୍ଚଳରେ ଅନୁସୂଚିତ ଜାତି ଓ ଜନଜାତି ଛାତ୍ରଛାତ୍ରୀ ଆର୍ଥିକ ସମସ୍ୟା ଭୋଗୁଥିବାରୁ ସେମାନେ ଅର୍ଥାଭାବରୁ ଅଧାରୁ ପାଠପଢା ଛାଡିଦେଉଥିବା ଲକ୍ଷ୍ୟ କରାଯାଉଛି । ଏହା ଏବେ ରାଜ୍ୟ ପାଇଁ ବଡ ଚିନ୍ତାର କାରଣ ବୋଲି ବିଜେପି ବାରମ୍ବାର ଏହା ଉପରେ ଗୁରୁତ୍ୱ ଦେଇଆସିଛି । ତେବେ ଏହି ସମସ୍ୟାକୁ ଦୂରେଇବାକୁ ନିର୍ବାଚନ ଇସ୍ତାହାରରେ ଗୁରୁତ୍ୱ ଦେଇଥିଲା ବିଜେପି । ଏବେ ରାଜ୍ୟରେ ବିଜେପି ସରକାର କ୍ଷମତାକୁ ଆସିବା ପରେ ଏହି ସମସ୍ୟାକୁ ଦୂରେଇବା ପାଇଁ ଆରମ୍ଭ ହେବାକୁ ଯାଉଛି ‘ସହିଦ ମାଧୋ ସିଂ ହାତଖର୍ଚ୍ଚ ଯୋଜନା’ । 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe