କନକ ବ୍ୟୁରୋ : ମହାନଦୀରେ ବନ୍ୟା । ୨୭ ତାରିଖ ସକାଳୁ ମୁଣ୍ଡଳିରେ ପହଞ୍ଚିବ ୭ ଲକ୍ଷ କ୍ୟୁସେକ ବନ୍ୟାଜଳ,ଫୁଳିବ ଶାଖାନଦୀ । ୨୭ ତାରିଖ ସକାଳୁ ୭ ଲକ୍ଷ କ୍ୟୁସେକ ବନ୍ୟାଜଳ ମୁଣ୍ଡଳିରେ ପ୍ରବାହିତ ହେବ । ମୁଣ୍ଡଳିରେ ଯଦି ବର୍ଷା ହୁଏ ପାଣି ଅଧିକ ଆସିବ । ଏବେ ୧ ଲକ୍ଷ କ୍ୟୁସେକ ଜଳ ପ୍ରବାହିତ ହେଉଛି । ଏହାର ପ୍ରଭାବରେ ଶାଖାନଦୀ କୁଆଖାଇ, ବିରୂପା, କାଠଯୋଡ଼ି, ଦେବୀ ନଦୀରେ ଜଳସ୍ତର ବୃଦ୍ଧି ପାଇବ । ଏଣୁ ବନ୍ୟା ଆଶଙ୍କା ଜାରି କରିଛି ଜଳ ସମ୍ପଦ ବିଭାଗ । ସମ୍ଭାବ୍ୟ ବନ୍ୟା ନେଇ ସମସ୍ତ ଜିଲ୍ଲାପାଳମାନଙ୍କୁ ସୂଚନା ଦିଆଯାଇଛି । କ୍ଷେତ୍ର ଅଧିକାରୀମାନଙ୍କୁ ସତର୍କ କରାଯାଇଛି । କୌଣସି ପରିସ୍ଥିତିକୁ ସାମ୍ନା କରିବା ପାଇଁ ପ୍ରସ୍ତୁତ ଅଛୁ । ବନ୍ଧବାଡ଼ର ତଦାରଖ ହେଉଛି । ଭୟଭୀତ ହେବାର ଆବଶ୍ୟକତା ନାହିଁ । ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ବର୍ଷା ହୋଇଛି । ୬୪ଟି ବ୍ଲକରେ ୫୦ ମିଲିମିଟରରୁ ଅଧିକ ବର୍ଷା ହୋଇଛି । ୧୧ ଟି ସ୍ଥାନରେ ଶହେ ମିଲିମିଟର ବର୍ଷା ହୋଇଛି । ସମ୍ବଲପୁରରେ ସବୁଠାରୁ ଅଧିକ ବର୍ଷା ହୋଇଛି । ହୀରାକୁଦ ଉପରମୁଣ୍ଡରେ ୪୧ ମିଲିମିଟର ବର୍ଷା ହୋଇଥିବାବେଳେ ଏବେବି ବର୍ଷା ଜାରି ରହିଛି । ୩ ଲକ୍ଷ୨୦ ହଜାର କ୍ୟୁସେକ ଜଳ ପ୍ରବେଶ କରୁଛି ହୀରାକୁଦ ଜଳଭଣ୍ଡାରକୁ । ୧୬ଟି ଗେଟରେ ଜଳ ନିଷ୍କାସନ ହେଉଛି । ଫଳରେ ୩ ଲକ୍ଷ କ୍ୟୁସେକ ଜଳ ନିଷ୍କାସିତ ହେଉଛି । ଏହାର ଜଳଧାରଣ କ୍ଷମତା ୬୩୦ ଫୁଟ ଥିବାବେଳେ ଏବେ ୬୨୯.୮୯ ଫୁଟରେ ରହିଛି ଜଳ । ବ୍ରାହ୍ମଣୀ ନଦୀରେ ରେଙ୍ଗାଲିରେ ଗୋଟିଏ ଗେଟ୍ ଖୋଲିଛି । ବୈତରଣୀରେ ବିପଦ ସଂକେତ ନିକଟରେ ପହଞ୍ଚିବ ଜଳସ୍ତର । ସୁବର୍ଣ୍ଣରେଖା ଓ ବୁଢ଼ାବଳଙ୍ଗରେ ବର୍ଷା ସତ୍ତ୍ୱେ ଜଳସ୍ତର ବିପଦ ସଂକେତ ତଳେ ରହିଛି । ଆଗକୁ ଆଉ ଏକ ଲଘୁଚାପ ଅଛି । ତେବେ ବର୍ଷା କେତେ ହେବ ତା ଉପରେ ନଜର ରହିଛି ।
ସମ୍ବଲପୁରରେ ପ୍ରବଳ ବର୍ଷା ଯୋଗୁଁ ତଳିଆ ଅଞ୍ଚଳରେ ପାଣି ଜମିଛି । ଜଗନ୍ନାଥ କଲୋନୀ ରାସ୍ତାରେ ପାଣି ଲହଡ଼ି ଭାଙ୍ଗୁଛି । ସାକ୍ଷୀପଡ଼ାରୁ ଜଗନ୍ନାଥ କଲୋନୀ ସଂଯୋଗ କରୁଥିବା ଅଣ୍ଡରପାସରେ ମଧ୍ୟ ଆଣ୍ଠୁଏ ଉଚ୍ଚର ପାଣି ଜମିଛି । ଯଦି ବର୍ଷା ଲାଗିରହେ ବିଭିନ୍ନ ଘରକୁ ପାଣି ପଶିବାର ଆଶଙ୍କା କରାଯାଉଛି । ସେହିପରି ଦାନୀପାଲି ଅଞ୍ଚଳରେ ମଧ୍ୟ ସମାନ ସ୍ଥିତି । ଡ୍ରେନେଜ ବ୍ୟବସ୍ଥା ଠିକ୍ ନଥିବାରୁ ଗୋଟିଏ ଦିନର ବର୍ଷାରେ ବେହାଲ ହୋଇପଡ଼ିଛି ସମ୍ବଲପୁର ସହର । ସେପଟେ ଖୋଲିଲା ହୀରାକୁଦ ଡ୍ୟାମର ଆଉ ୪ଟି ଗେଟ୍ । ମୋଟ୍ ୧୬ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସନ ହେଉଛି । ବାମ ପାର୍ଶ୍ୱର ୧୧ ଓ ଡାହାଣ ପାର୍ଶ୍ଵର ୫ଟି ଗେଟ ଖୋଲା ରହିଛି । ଜଳଭଣ୍ଡାରର ମୋଟ ଜଳ ସ୍ତର ୬୨୯.୯୫ ଫୁଟ ରହିଛି । ୧ ଲକ୍ଷ ୮୬ ହଜାର ୧୩୩ କ୍ୟୁସେକ ଜଳ ଡ୍ୟାମକୁ ପ୍ରବେଶ କରୁଥିବାବେଳେ ୨ ଲକ୍ଷ ୩୩ ହଜାର ୧୯ କ୍ୟୁସେକ୍ ଜଳ ନିଷ୍କାସିତ ହେଉଛି ।
ମହାନଦୀରେ ବନ୍ୟା : ୨୭ ତାରିଖ ସକାଳୁ ମୁଣ୍ଡଳିରେ ପହଞ୍ଚିବ ୭ ଲକ୍ଷ କ୍ୟୁସେକ ବନ୍ୟାଜଳ
ଏବେ ୧ ଲକ୍ଷ କ୍ୟୁସେକ ଜଳ ପ୍ରବାହିତ ହେଉଛି । ଏହାର ପ୍ରଭାବରେ ଶାଖାନଦୀ କୁଆଖାଇ, ବିରୂପା, କାଠଯୋଡ଼ି, ଦେବୀ ନଦୀରେ ଜଳସ୍ତର ବୃଦ୍ଧି ପାଇବ ।
/kanak/media/media_files/2025/09/24/flood-2025-09-24-16-33-15.jpg)