କନକ ବ୍ୟୁରୋ: ଭଟ୍ଟାରିକାଙ୍କ ମନ୍ଦିର ଛୁଇଁଲା ମହାନଦୀର ବନ୍ୟାଜଳ। କଟକ ବଡମ୍ବାର ଅଧିଷ୍ଠାତ୍ରୀ ଦେବୀ ମା’ ଭଟ୍ଟାରିକାଙ୍କ ମନ୍ଦିରରେ ପଶିଛି ମହାନଦୀର ବନ୍ୟାଜଳ। ହୀରାକୁଦ ଜଳଭଣ୍ଡାରରେ ଗେଟ୍ ଖୋଲାଯାଇଥିବାରୁ ମନ୍ଦିର ବେଢାରେ ବନ୍ୟାଜଳ ପ୍ରବେଶ କରିଛି । ବନ୍ୟାଜଳ ଯଦିଓ ମା’ଙ୍କ ମନ୍ଦିରକୁ  ଛୁଇଁଛି ତଥାପି ମାଙ୍କୁ ଜଳାଶାୟୀ କରିପାରିନି ।

Advertisment

ଗତକାଲି ଠାରୁ ବନ୍ୟାଜଳ ବଢିବାରେ ଲାଗିଛି । ଯଦି ମନ୍ଦିରରେ ବନ୍ୟାଜଳ ପ୍ରବେଶ କରେ ତେବେ ମାଙ୍କ ମନ୍ଦିର ପାଖରେ ଥିବା ରୋଷ ଘରକୁ ମାଙ୍କୁ ସ୍ଥାନାନ୍ତର କରାଯିବ । ସେଥିପାଇଁ ସେବାୟତ ସଜାଗ ଥିବାବେଳେ ବଡମ୍ବା ଦେବୋତ୍ତର ବିଭାଗ ମଧ୍ୟ ସଜାଗ ରହିଛି । ମନ୍ଦିରରେ ମାଆଙ୍କର ପୂଜା ରୀତିରେ ଯେମିତି କୌଣସି ବ୍ୟାଘାତ ନଘଟେ ସେଥିପ୍ରତି ବଡମ୍ବା ଦେବୋତ୍ତର ବିଭାଗ ତରଫରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି ।