ଭଟ୍ଟାରିକାଙ୍କ ମନ୍ଦିରରେ ପଶିଲା ମହାନଦୀ ବନ୍ୟାଜଳ, ଦରକାର ପଡ଼ିଲେ ରୋଷଘରକୁ କରାଯିବ ସ୍ଥାନାନ୍ତର

Advertisment

ବଡମ୍ବା ଦେବୋତ୍ତର ବିଭାଗ ତରଫରୁ ବ୍ୟାପକ ବ୍ୟବସ୍ଥା ।

ବଡମ୍ବା ଦେବୋତ୍ତର ବିଭାଗ ତରଫରୁ ବ୍ୟାପକ ବ୍ୟବସ୍ଥା ।

ପାଣିରେ ବୁଡ଼ିଲା ଭଟ୍ଟାରିକା

ପାଣିରେ ବୁଡ଼ିଲା ଭଟ୍ଟାରିକା Photograph: (KanakNews)

କନକ ବ୍ୟୁରୋ: ଭଟ୍ଟାରିକାଙ୍କ ମନ୍ଦିର ଛୁଇଁଲା ମହାନଦୀର ବନ୍ୟାଜଳ। କଟକ ବଡମ୍ବାର ଅଧିଷ୍ଠାତ୍ରୀ ଦେବୀ ମା’ ଭଟ୍ଟାରିକାଙ୍କ ମନ୍ଦିରରେ ପଶିଛି ମହାନଦୀର ବନ୍ୟାଜଳ। ହୀରାକୁଦ ଜଳଭଣ୍ଡାରରେ ଗେଟ୍ ଖୋଲାଯାଇଥିବାରୁ ମନ୍ଦିର ବେଢାରେ ବନ୍ୟାଜଳ ପ୍ରବେଶ କରିଛି । ବନ୍ୟାଜଳ ଯଦିଓ ମା’ଙ୍କ ମନ୍ଦିରକୁ  ଛୁଇଁଛି ତଥାପି ମାଙ୍କୁ ଜଳାଶାୟୀ କରିପାରିନି ।

ଗତକାଲି ଠାରୁ ବନ୍ୟାଜଳ ବଢିବାରେ ଲାଗିଛି । ଯଦି ମନ୍ଦିରରେ ବନ୍ୟାଜଳ ପ୍ରବେଶ କରେ ତେବେ ମାଙ୍କ ମନ୍ଦିର ପାଖରେ ଥିବା ରୋଷ ଘରକୁ ମାଙ୍କୁ ସ୍ଥାନାନ୍ତର କରାଯିବ । ସେଥିପାଇଁ ସେବାୟତ ସଜାଗ ଥିବାବେଳେ ବଡମ୍ବା ଦେବୋତ୍ତର ବିଭାଗ ମଧ୍ୟ ସଜାଗ ରହିଛି । ମନ୍ଦିରରେ ମାଆଙ୍କର ପୂଜା ରୀତିରେ ଯେମିତି କୌଣସି ବ୍ୟାଘାତ ନଘଟେ ସେଥିପ୍ରତି ବଡମ୍ବା ଦେବୋତ୍ତର ବିଭାଗ ତରଫରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି । 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe