ଓଡ଼ିଶା ଆସିବେ ମହାନଦୀ ଟ୍ରିବ୍ୟୁନାଲ ଟିମ୍ : ଜଳ ବିବାଦ ସମାଧାନକୁ ନେଇ ବଢ଼ିଲା ଆଶା

Advertisment

୫ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ମହାନଦୀ ଟ୍ରିବ୍ୟୁନାଲ ଟିମ୍ । ମହାନଦୀ ଜଳ ବିବାଦ ଟ୍ରିବ୍ୟୁନାଲର ଅଧ୍ୟକ୍ଷ ଜଷ୍ଟିସ୍ ବେଲା ଏମ୍. ତ୍ରିବେଦୀ, ଟ୍ରିବ୍ୟୁନାଲର ସଦସ୍ୟ ଏବଂ ତାଙ୍କ ପରିବାର ଓଡ଼ିଶା ଗସ୍ତରେ ଆସୁଛନ୍ତି । ଆସନ୍ତା ୨୬ ତାରିଖରୁ ମାର୍ଚ୍ଚ ୨ ତାରିଖ ପର୍ୟ୍ୟନ୍ତ ସେମାନେ ଓଡ଼ିଶାରେ ରହିବେ ।

Screenshot 2026-02-23 071236

Photograph: (KANAKNEWS)

କନକ ବ୍ୟୁରୋ : ୫ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ମହାନଦୀ ଟ୍ରିବ୍ୟୁନାଲ ଟିମ୍ । ମହାନଦୀ ଜଳ ବିବାଦ ଟ୍ରିବ୍ୟୁନାଲର ଅଧ୍ୟକ୍ଷ ଜଷ୍ଟିସ୍ ବେଲା ଏମ୍. ତ୍ରିବେଦୀ, ଟ୍ରିବ୍ୟୁନାଲର ସଦସ୍ୟ ଏବଂ ତାଙ୍କ ପରିବାର ଓଡ଼ିଶା ଗସ୍ତରେ ଆସୁଛନ୍ତି । ଆସନ୍ତା ୨୬ ତାରିଖରୁ ମାର୍ଚ୍ଚ ୨ ତାରିଖ ପର୍ୟ୍ୟନ୍ତ ସେମାନେ ଓଡ଼ିଶାରେ ରହିବେ । ଟ୍ରିବ୍ୟୁନାଲ ଟିମର ଗସ୍ତକୁ ନେଇ ଆବଶ୍ୟକୀୟ ବ୍ୟବସ୍ଥା କରିବାକୁ ସ୍ବରାଷ୍ଟ୍ର ବିଭାଗ ପକ୍ଷରୁ ଅଧିକାରୀଙ୍କୁ ଚିଠି ଲେଖାଯାଇଛି । ଟ୍ରିବ୍ୟୁନାଲର ଅଧ୍ୟକ୍ଷ ଓ ସଦସ୍ୟମାନେ ଝାରସୁଗୁଡା, ସମ୍ବଲପୁର, ଖୋର୍ଦ୍ଧା ଏବଂ ପୁରୀ ଜିଲ୍ଲା ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି।

ଅଧିକ ପଢନ୍ତୁ : ଟ୍ରିବ୍ୟୁନାଲରେ ବିଚାରଧୀନ ମହାନଦୀ ବିବାଦ , ଆପୋଷ ଆଲୋଚନାକୁ ଗୁରୁତ୍ୱ

ସେଥିପାଇଁ ଏହି ୪ ଜିଲ୍ଲାର ଜିଲ୍ଲାପାଳଙ୍କୁ ଆବଶ୍ୟକୀୟ ପ୍ରସ୍ତୁତି କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ଝାରସୁଗୁଡା, ସମ୍ବଲପୁର, ଖୋର୍ଦ୍ଧା ଗସ୍ତ ପରେ ଶେଷରେ ପୁରୀ ଯାଇ ମହାପ୍ରଭୁ ଜଗନ୍ନାଥଙ୍କ ଦର୍ଶନ କରିବାର କାର୍ୟ୍ୟକ୍ରମ ରହିଛି । ଟ୍ରିବ୍ୟୁନାଲର ଗସ୍ତକୁ ନେଇ ରାଜ୍ୟର ଅନେକ ଆଶା ରହିଛି । ମହାନଦୀ ଜଳକୁ ନେଇ ଦୀର୍ଘଦିନ ଧରି ପଡୋଶୀ ଛତିଶଗଡ଼ ସହ ଲାଗି ରହିଥିବାର ବିବାଦର ସମାଧାନ ଶୀଘ୍ର ହେବ ବୋଲି ଆଶା କରାଯାଉଛି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe