କନକବ୍ୟୁରୋ : ସରିଲା ଘୋଷଯାତ୍ରାର ଅନ୍ତିମ ପର୍ବ ନୀଳାଦ୍ରି ବିଜେ । ଆଜିଠୁ ଭକ୍ତଙ୍କୁ ମିଳିବ ନୀଳାଚଳ ଅବଢା । ରତ୍ନବେଦୀରେ ମହାପ୍ରଭୁଙ୍କ ଦର୍ଶନ ପାଇଁ ଶ୍ରୀମନ୍ଦିରରେ ଆରମ୍ଭ ହେଲାଣି ଭକ୍ତଙ୍କ ଗହଳି । ଘୋଷଯାତ୍ରାର ୧୨ ଦିନର ଲୀଳାଖେଳା ପରେ ମହାପ୍ରଭୁ ଜଗନ୍ନାଥ, ବଡ଼ଭାଇ ବଳଭଦ୍ର ଓ ଭଉଣୀ ସୁଭଦ୍ରାଙ୍କୁ ନେଇ ରତ୍ନବେଦୀକୁ ଫେରିଛନ୍ତି । ରଥଯାତ୍ରା, ସୁନାବେଶ ଓ ଅଧରପଣା ସାରି ଗୋଟି ପହଣ୍ଡିରେ ବଡ଼ଦେଉଳକୁ ଫେରିଛନ୍ତି ।
ଆଜିଠୁ ରତ୍ନ ସିଂହାସନରୁ ଶ୍ରଦ୍ଧାଳୁ ମାନଙ୍କୁ ଦର୍ଶନ ଦେବେ ତିନି ଠାକୁର । ଏତେ ଦିନ ଧରି ମାନ କରି ରହିଥିବା ମା’ ଲକ୍ଷ୍ମୀ ସାଆନ୍ତାଣିଙ୍କୁ ରସଗୋଲା ଦେଇ ମାନଭଞ୍ଜନ କରିଛନ୍ତି ବିଶ୍ବନିୟନ୍ତା ଶ୍ରୀଜଗନ୍ନାଥ । ନୀଳାଦ୍ରି ବିଜେ ଅବସରରେ ଏହା ହେଉଛି ଅନନ୍ୟ ପରମ୍ପରା । ପ୍ରଥମେ ରସଗୋଲା ଖୁଆଇ ମାନଭଞ୍ଜନ କଲା ପରେ ମହାପ୍ରଭୁ ରତ୍ନବେଦୀରେ ବିରାଜମାନ କରନ୍ତି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/media_files/2025/07/09/nilachala-2025-07-09-10-17-13.jpg)