କନକ ବ୍ୟୁରୋ : ପୁରୀ ଶ୍ରୀମନ୍ଦିରରେ ଅବଢ଼ାର ହେବ ମାନ ପରୀକ୍ଷା । ରୋଷଶାଳାକୁ ଜିନିଷ ଯିବା ପୂର୍ବରୁ ଓ ରୋଷଶାଲାରୁ ଅବଢ଼ା ବାହାରିବା ପରେ ଏହାର ମାନ ପରୀକ୍ଷଣ କରାଯିବ । ଏନେଇ ସ୍ୱାସ୍ଥ୍ୟ ବିଭାଗକୁ ଅନୁରୋଧ କରାଯାଇଥିବା କହିଛନ୍ତି ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ଏଥିପାଇଁ ଫୁଡ୍‌ ଇନ୍ସପେକ୍ଟରଙ୍କୁ ନିୟୋଜିତ କରାଯିବ । ଦେଶର ଅନ୍ୟ ମନ୍ଦିର ଭଳି ପୁରୀ ମନ୍ଦିରରେ ଯେଭଳି ମହାପ୍ରସାଦମାନ ନେଇ ଅଭିଯୋଗ ନ ଆସୁ ସେଥିପାଇଁ ମାନ ପରୀକ୍ଷଣ ଜରୁରୀ ବୋଲି କହିଛନ୍ତି ଆଇନମନ୍ତ୍ରୀ ।  

Advertisment

କିଛିଦିନ ତଳେ ଶୁଖିଲି ଭୋଗ ଓ ଘିଅର ମଧ୍ୟ ମାନ ପରୀକ୍ଷା କରାଯିବ ବୋଲି କହିଥିଲେ ଆଇନମନ୍ତ୍ରୀ । ଏନେଇ ଖୁବଶୀଘ୍ର ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏକ ମାର୍ଗଦର୍ଶିକା ଜାରି କରାଯିବ । ବିଶେଷ କରି ଭୋଗର ମାନ ଏବଂ ଏଥିରେ ବ୍ୟବହୃତ ସମଗ୍ର ସାମଗ୍ରୀ ବାବଦରେ ନିର୍ଦ୍ଦିଷ୍ଟ ନିର୍ଦ୍ଦେଶନାମା ରହିବ । ଶ୍ରୀମନ୍ଦିର ଭିତରକୁ ଯେପରି ଅଶୁଦ୍ଧ ସାମଗ୍ରୀ ନଯିବ ଏହାକୁ ରୋକିବା ପାଇଁ ରାଜ୍ୟ ସରକାର ଏଭଳି ନିଷ୍ପତ୍ତି ନେଉଥିବା କହିଥିଲେ ପୃଥ୍ବୀରାଜ ହରିଚନ୍ଦନ ।