କନକ ବ୍ୟୁରୋ: ପ୍ରବଳ ବର୍ଷା ଯୋଗୁଁ ଫୁଲୁଛି ମାଲକାନଗିରି ସୀମାନ୍ତ ସାବେରୀ ନଦୀ । ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଛି ସାବେରୀ । ପୋଲ ଉପରେ ପାଣି ଚାଲିଛି । ଝାପରା ପୋଲ ଉପରେ ଆଣ୍ଠୁଏ ଉଚ୍ଚର ପାଣି ଚାଲିଛି । ଫଳରେ ଛତିଶଗଡ଼-ସୁକୁମା ଦେଇ ମାଲକାନଗିରିକୁ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି । ଗତ ୨ ଦିନ ହେଲା ସମଗ୍ର ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହେଉଛି । ବିଶେଷ କରି କୋରାପୁଟ ଓ ମାଲକାନଗିରିରେ ଅତି ପ୍ରବଳ ବର୍ଷା ହେଉଥିବାରୁ ରେଡ୍ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ ।
ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅବପାତର ରୂପ ନେଇସାରିଛି । ଏହାର ପ୍ରଭାବରେ ସାରା ରାଜ୍ୟରେ ପ୍ରବଳ ବର୍ଷା ଲାଗି ରହିଛି । ଆଜି ରାଜ୍ୟର ସବୁ ଜିଲ୍ଲାରେ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, ରାୟଗଡ଼ା ଓ ବଲାଙ୍ଗିର ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତା ୨୫ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା ନେଇ ସତର୍କ କରିଛି ପାଣିପାଗ ବିଭାଗ ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/media_files/2025/08/19/19-2025-08-19-11-00-46.jpg)